ମହାଗୁଡ଼ି, ତାଜୁଙ୍ଗିଆ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୬।୭(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିଛି। ଫଳରେ ପକ୍କାରାସ୍ତା ନ ଥିବା ବିଭିନ୍ନ ଗ୍ରାମବାସୀଙ୍କ ସମସ୍ୟା ବଢିଯାଇଛି। ତାଜୁଙ୍ଗିଆ ପଞ୍ଚାୟତକୁ ଥିବା କଚ୍ଚାରାସ୍ତା କର୍ଦ୍ଦମାକ୍ତ ହୋଇଯାଇଛି। ଫଳରେ ଗାଡ଼ିମଟର ଯିବା ତ ଦୂରର କଥା ପାଦରେ ଚାଲି ଯିବା ମଧ୍ୟ ମୁସ୍କିଲ ହୋଇପଡୁଥିବା କହିଛନ୍ତି ଗ୍ରାମର ଏଲିୟ ନାୟକ। ରାସ୍ତାରେ କାଦୁଅ ଯୋଗୁ ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନେବା ମୁସ୍କିଲ ହୋଇପଡ଼ିଛି। ଖଟିଆରେ ବୋହିନେବା ଛଡ଼ା ଆଉ କିଛି ଉପାୟ ନାହିଁ। ଗ୍ରାମକୁ ସବୁଦିନିଆ ଭଲ ରାସ୍ତା ନ ଥିବାରୁ ଆଜି ପର୍ଯ୍ୟନ୍ତ କୌଣସି ଯାତ୍ରିବାହୀ ବସ ଚଳାଚଳ କରୁନାହିଁ। କେବଳ ଅଟୋ ଯାତାୟତ କରୁଥିବା ବେଳେ ଏବେ କାଦୁଅ ଯୋଗୁ ତାହା ମଧ୍ୟ ଯାଇପାରୁନାହିଁ। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କରାଯାଉଥିବା ବେଳେ ଏବେ ଏକାଧିକ ସ୍ଥାନରେ କଲଭର୍ଟ ନିର୍ମାଣ ଚାଲିଛି। ତାହା ମଧ୍ୟ ଅତି ନିମ୍ନ ମାନର କାର୍ଯ୍ୟ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ମହାଗୁଡ଼ି ଠାରୁ ତାଜୁଙ୍ଗିଆ ରାସ୍ତା ମାତ୍ର ୩ କି.ମି ପାଇଁ ୮୦ ଲକ୍ଷ ଟଙ୍କା ଅନୁଦାନ ରହିଛି। ଘାଟି କଟାଯିବା ଏବଂ ପକ୍କାରାସ୍ତା ନିର୍ମାଣ ପାଇଁ ଆହୁରି ଅଧିକା ଅର୍ଥର ଆବଶ୍ୟକତା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। କଲଭର୍ଟ ନିର୍ମାଣ ଯୋଗୁ ନୂଆ ମାଟି ଖୋଳା ଯାଇଥିବାରୁ ବର୍ଷାପରେ କାଦୁଅ ହୋଇଛି। ସେଠାରେ ଅଧିକ ଗୋଡି ଥିବା ମୋରମ ପକାଇବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଦାରିଙ୍ଗବାଡ଼ି ସେକ୍ସନ ସହକାରୀ ନିର୍ବାହୀ ଯନ୍ତ୍ରୀ ମନ୍ମଥ ସୁବୁଦ୍ଧି କହିଛନ୍ତି। କଲଭର୍ଟ ନିମ୍ନମାନର କାର୍ଯ୍ୟ ସମ୍ପର୍କରେ ସେ ତଦନ୍ତ କରିବେ ବୋଲି କହିଛନ୍ତି।
ଯେ, ତାଜୁଙ୍ଗିଆ ପଞ୍ଚାୟତକୁ ସବୁଦିନିଆ ରାସ୍ତା ନିର୍ମାଣ ଦାବିରେ ୨୦୧୮ ନଭେମ୍ବର ୮ରୁ ତାଜୁଙ୍ଗିଆବାସୀ ଅନେକଥର ଆନ୍ଦୋଳନ କରିବା ସହ ଦାରିଙ୍ଗବାଡ଼ି ଠାରୁ ବ୍ରାହ୍ମଣୀଗାଁ ରାସ୍ତା ଅବରୋଧ କରିଥିଲେ। ପରେ ଜିଲା ପ୍ରଶାସନ ସହ ଗ୍ରାମବାସୀଙ୍କ ଆଲୋଚନା ହୋଇ ରାସ୍ତା ସମ୍ପ୍ରସାରଣ ପ୍ରତିଶ୍ରୁତି ମିଳିଥିଲା। ଏବେ ଗ୍ରାମ୍ୟ ଉନ୍ନୟନ ବିଭାଗ ଏହି ରାସ୍ତା ସମ୍ପ୍ରସାରଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri