ମହାନଦୀ, ପୋଲାଭରମ୍‌ ପ୍ରସଙ୍ଗ ଉଠାଇଲା ବିିଜେଡି

ଭୁବନେଶ୍ୱର,୮ା୨(ବ୍ୟୁରୋ): ଓଡ଼ିଶା ଜଳ ପାଇଁ ସଂଘର୍ଷ କରୁଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ବ୍ୟାରେଜ ନିର୍ମାଣ କରିବା ଦ୍ୱାରା ରାଜ୍ୟରେ ଜଳପ୍ରବାହ ପ୍ରଭାବିତ ହେଉଛି। ଏହା ସିଧାସଳଖ ୨ କୋଟି ଓଡ଼ିଆଙ୍କ ଜନଜୀବନଙ୍କୁ ପ୍ରଭାବିତ କରୁଥିବା ବିଜେଡି ଏମ୍‌ପି ସସ୍ମିତ ପାତ୍ର ଶୁକ୍ରବାର ରାଜ୍ୟ ସଭାରେ କହିଛନ୍ତି। ଏହି ଆନ୍ତଃ ରାଜ୍ୟ ଜଳ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ୨୦୧୬ରେ ସୁପ୍ରିମକୋର୍ଟରେ ପିଟିସନ୍‌ ମଧ୍ୟ ଫାଇଲ କରାଯାଇଥିଲା। ସର୍ବୋଚ୍ଚ ନ୍ୟାୟାଳୟ ଏହାର ବିଚାର କରି ଟ୍ରିବ୍ୟୁନାଲ ଗଠନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ୨୦୧୮ରେ ଟ୍ରିବ୍ୟୁନାଲ ଗଠନ ହୋଇଥିଲା, ଇତି ମଧ୍ୟରେ ଏହାକୁ ୨ ବର୍ଷ ବିତିଗଲାଣି। ହେଲେ ଦୁଇ ବର୍ଷରେ ଜଳ ବିବାଦର କୌଣସି ସମାଧାନ ବାହାରିପାରି ନ ଥିବା ସସ୍ମିତ କହିଥିଲେ। ତେଣୁ ରାଜ୍ୟର ଚାଷୀ, ମତ୍ସ୍ୟଜୀବୀ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି। ଟ୍ରିବ୍ୟୁନାଲ ନାମକୁ ମାତ୍ର କାର୍ଯ୍ୟ କରୁଥିବା ମନେ ହେଉଛି। ତେଣୁ ଟ୍ରିବ୍ୟୁନାଲ ତୁରନ୍ତ ଯେପରି ସମସ୍ୟାର ସମାଧାନର ରାସ୍ତା ବାହାର କରିବ, ସେଥିପ୍ରତି ପଦକ୍ଷେପ ନେବାକୁ ସସ୍ମିତ ରାଜ୍ୟ ସଭା ଅଧ୍ୟକ୍ଷଙ୍କ ଜରିଆରେ କେନ୍ଦ୍ର ସରକାରଙ୍କୁ ଜଣାଇଥିଲେ। ଅନୁରୂପଭାବେ ପୋଲାଭରମ୍‌ ପ୍ରସଙ୍ଗରେ ମଧ୍ୟ ସସ୍ମିତ ଉଚ୍ଚ ସଦନର ଧ୍ୟାନ ଆକର୍ଷଣ କରିଥିଲେ। ସସ୍ମିତ କହିଥିଲେ, ପୋଲାଭରମ୍‌ ପ୍ରକଳ୍ପ ଦ୍ୱାରା ରାଜ୍ୟର ୬ ହଜାର ଆଦିବାସୀ ଜଳମଗ୍ନ ହୋଇଯିବେ। ସୁପ୍ରିମକୋର୍ଟରେ ମଧ୍ୟ ମାମଲା ରହିଛି, ତେଣୁ କେନ୍ଦ୍ର ସବୁ ଦିଗକୁ ଦୃଷ୍ଟିରେ ରଖି ପଦକ୍ଷେପ ନେଉ ବୋଲି ସସ୍ମିତ କହିଥିଲେ। ସେ ମାତୃଭାଷା ଓଡ଼ିଆରେ ବକ୍ତବ୍ୟ ରଖିଥିବାରୁ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ତାଙ୍କୁ ପ୍ରଶଂସା କରିଥିଲେ। ଭେଙ୍କାୟା ପୂର୍ବରୁ ମଧ୍ୟ ୨ ଥର ସସ୍ମିତଙ୍କୁ ପ୍ରଶଂସା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri