ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ ସେମାନେ ଡଙ୍ଗା ଭିତରେ ସେଲ୍‌ଫି ଉଠାଇ ମଉଜ କରୁଥିବାବେଳେ ହଠାତ୍‌ ଡଙ୍ଗାଟି ବୁଡ଼ିଯାଇଥିଲା। ଖବରପାଇ ବଡ଼ମ୍ବା ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ନିଖୋଜଙ୍କୁ ଖୋଜାଖୋଜି ଆରମ୍ଭ କରିଥିଲେ। ରାତି ୮ଟାରେ ଖୋଜା ଅଭିଯାନକୁ ବନ୍ଦ କରାଯାଇଥିଲା। ପୁଣି ଶନିବାର ସକାଳେ ଖୋଜାଯିବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଜଗତ୍‌ସିଂହପୁର ଅଞ୍ଚଳର କେତେଜଣ ପର୍ଯ୍ୟଟକ ଏକ ବସ୍‌ଯୋଗେ ଭଟ୍ଟାରିକା ପୀଠକୁ ବୁଲି ଆସିଥିଲେ। ସେମାନଙ୍କ ମଧ୍ୟରୁ ନବକୁମାର ମହାନ୍ତି, ଅଞ୍ଜନ ନାୟକ ଓ ସୁନୀଲ ସାହୁ ସେଠାରେ ଥିବା ଏକ ଡଙ୍ଗା ନେଇ ମହାନଦୀରେ ଭ୍ରମଣ କରିଥିଲେ। ସାଙ୍ଗରେ ଡଙ୍ଗାଚାଳକ ନ ଥିଲେ। କିଛି ସମୟ ପରେ ସେମାନେ ସେଲ୍‌ଫି ନେବାବେଳେ ଡଙ୍ଗା ବୁଡ଼ିଯାଇଥିଲା। ସୌଭାଗ୍ୟକୁ ସେଠାରେ ଥିବା କେତେଜଣ ଲୋକ ନବକୁମାର ଓ ଅଞ୍ଜନଙ୍କୁ ପାଣିରୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିବାବେଳେ ସୁନୀଲ ନିଖୋଜ ହୋଇଯାଇଥିଲେ। ସୁନୀଲଙ୍କ ଘର ବ୍ରହ୍ମପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି। ସମସ୍ତଙ୍କର ବୟସ ପ୍ରାୟ ୩୦ରୁ ୩୫ ବର୍ଷ ଭିତରେ ଏବଂ ସେମାନେ ଜଗତ୍‌ସିଂହପୁର ଅଞ୍ଚଳର ଏକ ବିଦ୍ୟୁତ୍‌ ସଂସ୍ଥା ଗ୍ଲୋବାଲ ସଲ୍ୟୁଶନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ରେ କାର୍ଯ୍ୟକରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri