ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ

କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର ସମାଧାନ ହୋଇ ନ ଥିବା ବେଳେ ଅପରାହ୍ନରେ ହୋଇଥିବା ବର୍ଷା ସ୍ଥାନୀୟ ଅଧିବାସୀଙ୍କୁ ଆତଙ୍କିତ କରି ପକାଇଛି। ପାଇକା, ଚିତ୍ରୋତ୍ପଳା, ଲୁଣା ଓ କରାଣ୍ଡିଆ ନଦୀରେ ବୁଧବାର ରାତିରୁ ବନ୍ୟାଜଳ ବଢ଼ିଥିଲା। ମାର୍ଶାଘାଇ ବ୍ଲକର ଡିହବଳରାମପୁରସ୍ଥ ୮,୯ ଓ ୧୦ ନମ୍ବର ୱାର୍ଡରେ ଗୁରୁବାର ସକାଳ ସୁଦ୍ଧା ବନ୍ୟାଜଳ ପ୍ରବାହିତ ହୋଇଥିଲା। ସେହିପରି ମହାକାଳପଡ଼ା ଓ ଗରଦପୁର ବ୍ଲକ ଅଞ୍ଚଳର ନଦୀକୂଳ ନିକଟ ଗ୍ରାମରେ ପାଣି ପଶିଥିଲା। ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୧ଟି ଗାମରେ ବନ୍ୟାଜଳ ପଶିଥିବା ବେଳେ ଶୁକ୍ରବାର ଅପରାହ୍ନ ସୁଦ୍ଧା ଏହି ସଂଖ୍ୟା ୩୦ରୁ ଊର୍ଦ୍ଧ୍ୱ ଥିବା ସୂଚନା ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ବନ୍ୟା ଜନିତ ସମସ୍ୟା ନିୟନ୍ତ୍ରଣ ପାଇଁ ବିଭିନ୍ନ ସ୍ଥାନରେ ରିଲିଫ୍‌ ବ୍ୟବସ୍ଥା ଆରମ୍ଭ ହୋଇଛି।ଏବେସୁଦ୍ଧା ମାତ୍ର ୧୮ଜଣଙ୍କୁ ଜିଲା ପ୍ରଶାସନ ସ୍ଥାନାନ୍ତର କରିଥିବା ଜିଲା ଜରୁରୀକାଳିନ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ପ୍ରଭାବିତ ଲୋକଙ୍କ ସଂଖ୍ୟା ୧୦ ହଜାରରୁ ଊର୍ଦ୍ଧ୍ୱ ହେବ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri