ମହାପ୍ରଭୁ ୧୪ ଘଣ୍ଟା ଉପାସରେ ରହିବା ଘଟଣା: ୩ଜଣଙ୍କୁ ନୋଟିସ, ଜାନୁୟାରୀ ୪ରୁ ଶୁଣାଣି

ପୁରୀ ଅଫିସ, ୨୧ା୧୨: ଗତବର୍ଷ ଡିସେମ୍ବର ୨୮ ତାରିଖରେ ଶ୍ରୀମନ୍ଦିରରେ ଘଟିଥିଲା ଚରମ ବିଭ୍ରାଟ। ମହାପ୍ରଭୁ ୧୪ ଘଣ୍ଟା ଭୋକ ଉପାସରେ ରହିଥିଲେ। ତେବେ ଏଥିପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର କହିଛନ୍ତି। ଶୁକ୍ରବାର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ କହିଥିଲେ, ଗତବର୍ଷ ଗୋଟିଏ ଦିନ ଦ୍ୱାରଫିଟା ନୀତିରେ ବିଳମ୍ବ ହୋଇଥିଲା। ଏଥିପାଇଁ କେଉଁମାନେ ଦାୟୀ, କ’ଣ ପଦକ୍ଷେପ ନିଆଯାଇଛି ସେ ବିଷୟରେ ଜଣାଇବା ଲାଗି ମୁଖ୍ୟ ପ୍ରଶାସକଙ୍କୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ଏହାର ତଦନ୍ତ ଆରମ୍ଭ ହୋଇଛିି। ୨ଜଣ ଉତ୍ତର ରଖିଥିବା ବେଳେ ଆଉ ୩ ଜଣଙ୍କୁ ଆସନ୍ତା ୩୦ ତାରିଖ ଭିତରେ ଉତ୍ତର ଦେବା ପାଇଁ ନୋଟିସ୍‌ ଜାରି କରାଯାଇଛି। ଜାନୁୟାରୀ ୪ରୁ ଏହାର ଶୁଣାଣି ଆରମ୍ଭ ହେବ। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଏବଂ ଶ୍ରୀମନ୍ଦିର ଆଇନରେ ଯାହା ପ୍ରାବଧାନ ରହିଛି ତାହାକୁ ଦୃଷ୍ଟିରେ ରଖି ଯିଏ ଦୋଷୀ ପ୍ରମାଣିତ ହେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତିି।
ଗତବର୍ଷ ଡିସେମ୍ବର ୨୭ ତାରିଖ ରାତି ପ୍ରାୟ ୮ଟାରେ ୩ ବଙ୍ଗୀୟ ଭକ୍ତ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯାଉଥିଲେ। ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ ଦେଇ ଯିବା ବେଳେ ସେଠାରେ କାର୍ଯ୍ୟରତ ଆଇଆର୍‌ବି ପୋଲିସ ସେମାନଙ୍କୁ ଅଟକାଇଥିଲେ। ବିଦେଶୀ ବୋଲି କହି ସେମାନଙ୍କ ପରିଚୟପତ୍ର ମାଗିଥିଲେ। ହେଲେ ସେମାନେ ବିଦେଶୀ ନୁହନ୍ତି, ତାଙ୍କ ଘର ପଶ୍ଚିମବଙ୍ଗ ବୋଲି କହିଥିଲେ। କିନ୍ତୁ ପୋଲିସ କର୍ମଚାରୀ ଶୁଣି ନ ଥିଲେ। ପରିଚୟପତ୍ର ନ ଦେଖାଇଲେ ଛାଡିହେବ ନାହିଁ ବୋଲି କହିବା ସହ ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମୟରେ ଭିତରଚ୍ଛ ମହାପାତ୍ର ପହଞ୍ଚତ୍ ସେମାନେ କଲିକତାରୁ ଆସିଛନ୍ତି ବୋଲି କହିଥିଲେ। ଏହା ସତ୍ତ୍ବେ ପୋଲିସ ତାଙ୍କୁ ଛାଡି ନ ଥିଲା। ଏହାକୁ ନେଇ ଭିତରଚ୍ଛ ଏବଂ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୋଲିସ କର୍ମଚାରୀ ତାଙ୍କୁ ମାଡ଼ ମାରିଥିଲେ ବୋଲି ଭିତରଚ୍ଛ ଥାନାରେ ଅଭିଯୋଗ କରିଥିଲେ। ସମ୍ପୃକ୍ତ ପୋଲିସ କର୍ମଚାରୀ ମଧ୍ୟ ଥାନାରେ ପାଲଟା ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ୨୮ ତାରିଖ ସକାଳୁ ଶ୍ରୀମନ୍ଦିରରେ ଦିନ ତମାମ୍‌ ଜୟ ବିଜୟ ଦ୍ୱାର ଫିଟି ନ ଥିଲା। ଠାକୁର ଦାନ୍ତ ଘଷି ନ ଥିଲେ କି ଗାଧୋଇ ନ ଥିଲେ। ବାହାରିପାରି ନ ଥିଲା ପହିଲି ଭୋଗ। ବନ୍ଦ ରହିଥିଲା ମହାପ୍ରସାଦ। ଭୋକ ଉପାସରରେ ରତ୍ନସିଂହାସନରେ ମହାପ୍ରଭୁ ବସି ରହିଥିବା ବେଳେ ଦର୍ଶନ ନ ପାଇ ସିଂହଦ୍ୱାରରେ ଲୁହ ଗଡାଇଥିଲେ ଭକ୍ତ। ଶେଷରେ ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କ ଲିଖିତ ଦାବି ଗ୍ରହଣ କରିବା ପରେ ଆରମ୍ଭ ହୋଇଥିଲା ନୀତିକାନ୍ତିି। ପହିଲି ଭୋଗ ଯୋଗୁ ଭୋର ୩ଟା ଦ୍ୱାର ଫିଟାଯିବାକୁ ନୀତି ନିର୍ଘଣ୍ଟ କରାଯାଇଥିଲା। କିନ୍ତୁ ୧୪ ଘଣ୍ଟା ବିଳମ୍ବରେ ଅର୍ଥାତ୍‌ ଅପରାହ୍ନ ୫ଟାରେ ଦ୍ୱାର ଫିଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri