ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ସେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ସେଠାରୁ କାର୍‌ରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଗଢିବାକୁ ଦୀର୍ଘମିଆଦୀ ରୋଡ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା, ସେତୁ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ପୁରୀର ବିକାଶ ନକ୍ସାରେ ବହୁ ମେଗା ପ୍ରକଳ୍ପ ସ୍ଥାନ ପାଇଛି। ତନ୍ମଧ୍ୟରୁ ଗୁରୁବାର ୭ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ। ଏହି ପ୍ରକଳ୍ପଗୁଡ଼ିକ ହେଉଛି ଶ୍ରୀସେତୁ, ତୀର୍ଥଯାତ୍ରୀ କେନ୍ଦ୍ର, ବହୁତଳ କାର୍‌ ପାର୍କିଂ, ମ୍ୟୁନିସିପାଲିଟି ନୂତନ ମାର୍କେଟ କମ୍ପ୍ଲେକ୍ସ, ସ୍ବର୍ଗଦ୍ୱାରର ପୁନରୁଦ୍ଧାର, ସମୁଦ୍ରକୂଳରେ ଭେଣ୍ଡିଂଜୋନ ଏବଂ ମଧ୍ୟାହ୍ନଭୋଜନ ଓ ଆହାର ଯୋଜନାର କେନ୍ଦ୍ରୀକରଣ ରୋଷଶାଳା। ଏହାକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ମୋଟ ୧ ଘଣ୍ଟା ୧୦ ମିନିଟର କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ତେବେ ଏହି ଗସ୍ତକୁ ବିରୋଧ କରି ଯୁବ କଂଗ୍ରେସ ପକ୍ଷରୁ ପୁରୀ ମେଡିକାଲ ଛକରେ ନାରାବାଜି କରାଯାଇଛି। ଘଟଣାରେ ପୋଲିସ ୩୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri