ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ପୁରୀ ଅଫିସ, ୧୪ା୯: ବଦଳିଯିବ ପୁରୀର ଚେହେରା। ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ସୁବିଧା କରାଯିବ। ଭିତ୍ତିଭୂମିର ବିକାଶ ସାଙ୍ଗକୁ କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷା ଦିଗରେ କାର୍ଯ୍ୟ କରାଯିବ। ଶ୍ରୀକ୍ଷେତ୍ର ପାଇଁ ଏମିତି ଅନେକ ସ୍ବପ୍ନ ଦେଖିଛନ୍ତି ସରକାର। ଆଉ ଏହି ସ୍ବପ୍ନକୁ ସାକାର କରିବା ଲାଗି ପୁରୀ ପାଇଁ ପ୍ରଥମେ ୨୬୫ କୋଟି ଏବଂ ପରେ ୫୦୦ କୋଟି ଟଙ୍କା ମଧ୍ୟ ଘୋଷଣା କରିଛନ୍ତି। ତେବେ ଏହିସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାରେ ଜିଲାପାଳଙ୍କୁ ସହଯୋଗ କରିବା ପାଇଁ ଶୁକ୍ରବାର ପୁରୀରେ ୫ ଜଣ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର ପହଞ୍ଚତ୍ଛନ୍ତି। ଏମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ ଏହି ଅଫିସରମାନେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସନ୍ଧ୍ୟାରେ ଏମାନେ ଶ୍ରୀମନ୍ଦିରକୁ ଯାଇ ଠାକୁରଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହି ଶିକ୍ଷାନବୀଶ ଆଇଏଏସ୍‌ ଅଫିସରମାନେ ହେଲେ ସୂର୍ଯ୍ୟବଂଶୀ ମୟୁର ବିକାଶ, କୀର୍ତ୍ତିଭାସନ ଭି, ଡ. ଶୁଭଙ୍କର ମହାପାତ୍ର, ଜେ.ସୋନାଲ ଓ ଭୁବନେଶ ଦେବଦାସ ପାଟିଲ।
ଦର୍ଶନ ପରେ ଗଣମାଧ୍ୟମକୁ ଡ. ଶୁଭଙ୍କର ମହାପାତ୍ର କହିଥିଲେ, ପୁରୀରୁ ପ୍ରଥମେ କାର୍ଯ୍ୟ ଆରମ୍ଭ କରିବା ନିଶ୍ଚିତ ଆମ ପାଇଁ ସୌଭାଗ୍ୟର ବିଷୟ। କାର୍ଯ୍ୟ ଆରମ୍ଭ ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେଇଛୁ। ସବୁ କାମରେ ଭଗବାନ ଆମକୁ ସହାୟକ ହେବେ ଏହି ବିଶ୍ୱାସ ରହିଛି। ରାଜ୍ୟ ସରକାର ଯେଉଁ ଉଦ୍ଦେଶ୍ୟ ନେଇ ଆମକୁ ପଠାଇଛନ୍ତି ଏହାକୁ ସଫଳତାର ସହ କରିବାକୁ ଚେଷ୍ଟା କରିବୁ ବୋଲି ମହାପାତ୍ର କହିଥିଲେ। ଏମାନଙ୍କ ସହ ଉପଜିଲାପାଳ ଭବତାରଣ ସାହୁ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri