ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମ୍ମିଳନୀ: ‘ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ହେବ’

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବାଲେଶ୍ୱର ଓ ଭଦ୍ରକ ଜିଲାର ସମସ୍ତ ଅନୁବନ୍ଧିତ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କର ଏକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ମହାବିଦ୍ୟାଳୟରୁ ୭୦ରୁ ଊର୍ଦ୍ଧ୍ୱ ଅଧ୍ୟକ୍ଷ ଏଥିରେ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଫକୀରମୋହନଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ୱଳନ ପରେ କୁଳପତି ପ୍ରଫେସର ମଧୁମିତା ଦାସଙ୍କ ସଭାପତିତ୍ୱରେ ସଭା ଆରମ୍ଭ ହୋଇଥିଲା।
ଆରମ୍ଭରେ ବିଶ୍ୱବିଦ୍ୟାଳୟର ସଙ୍ଗୀତ ପରିବେଷଣ କରାଯିବା ପରେ କୁଳସଚିବ ଅମର ସିଂ ସୋରେନ ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ। ମଞ୍ଚାସୀନ ପିଜି କାଉନ୍‌ସିଲ ଚେୟାରମ୍ୟାନ ପ୍ରଫେସର ମୁନେଶ ଚନ୍ଦ୍ର ଅଧିକାରୀ ଓ ପରୀକ୍ଷା ନିୟନ୍ତ୍ରକ ଡ. ସନ୍ତୋଷ କୁମାର ଅଗ୍ରୱାଲା ନିଜର ବକ୍ତବ୍ୟ ରଖି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ମଧ୍ୟରେ ସମନ୍ବୟ ରକ୍ଷା କରି କାର୍ଯ୍ୟ କଲେ ଶିକ୍ଷାର ମାନବୃଦ୍ଧି ହେବା ସହିତ ଉନ୍ନୀତ ଛାତ୍ରୀଛାତ୍ରମାନେ ସର୍ବଭାରତୀୟସ୍ତରରେ ବିଶ୍ୱବିଦ୍ୟାଳୟର ସୁନାମ ରଖିପାରିବେ ବୋଲି ଆଶାପ୍ରକଟ କରିଥିଲେ। କୁଳପତି ପ୍ରଫେସର ମଧୁମିତା ଦାସ ଉପସ୍ଥିତ ଅଧ୍ୟକ୍ଷମାନଙ୍କୁ ଉଦ୍‌ବୋଧନ ଦେଇ ଶିକ୍ଷା, ଶିକ୍ଷକ ଓ ଶିକ୍ଷାନୁଷ୍ଠାନର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତେ ଏକ ପ୍ରାଣ ଓ ଏକ ମନ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ତା’ପରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ମଧ୍ୟରେ ଥିବା ବିଭିନ୍ନ ଅସଙ୍ଗତି ଦୂର କରି ସମ୍ପର୍କ ସୁଦୃଢ଼ କରିବା ଉପରେ ଉପସ୍ଥିତ ଅଧ୍ୟକ୍ଷମାନେ ମତବ୍ୟକ୍ତ କରିଥିଲେ। ଶେଷରେ ପରୀକ୍ଷା ନିୟନ୍ତ୍ରକ ଡ. ଏସ୍‌କେ ଅଗ୍ରୱାଲା ଧନ୍ୟବାଦ ଅର୍ପଣ କରିଥିଲେ। ସିଡ଼ିସି ବିଭାଗର ସମସ୍ତ କର୍ମଚାରୀ ସମ୍ମିଳନୀ ପରିଚାଳନାରେ ସକ୍ରିୟ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri