ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା ଏହି ଟ୍ରେନ୍‌ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପହଞ୍ଚିଥିଲା। ଏହି ଟ୍ରେନ୍‌ରେ ବଲାଙ୍ଗୀର ଜିଲାର ୧୫୪ ପ୍ରବାସୀ ସମେତ ଅନ୍ୟ ୨୩ ଜିଲାର ସମୁଦାୟ ୫୫୨ ଜଣ ଏଠାରେ ଓହ୍ଳାଇଥିଲେ। ସମସ୍ତଙ୍କ ପଞ୍ଜୀକରଣ, ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଇ ସମସ୍ତ ପ୍ରବାସୀଙ୍କ ବିଭିନ୍ନ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରମାନଙ୍କୁ ନିଆଯାଇଥିଲା। ସନ୍ଧ୍ୟା ପ୍ରାୟ ୮ଟାରେ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ତେଲେଙ୍ଗାନାର ବୋଲାରମ୍‌ଠାରୁ ଆସି ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ପହଞ୍ଚିଥିଲା। ଏହି ଟ୍ରେନ୍‌ରେ ଆସିଥିବା ସମସ୍ତ ପ୍ରବାସୀଙ୍କୁ ପଞ୍ଜୀକରଣ ଓ ସ୍ବାସ୍ଥ୍ୟ ପରୀକ୍ଷା ପରେ ବିଭିନ୍ନ ଜିଲାକୁ ପଠାଯିବ ବୋଲି ଜଣାପଡିଛି। ନିୟମିତ ଟ୍ରେନ୍‌ ଆସିବା ଓ ଏହି କାରଣରୁ ବଲାଙ୍ଗୀର ସହରର ବିଭିନ୍ନ ରାସ୍ତାଘାଟରେ କର୍ଫ୍ୟୁ ଲଗାଯିବାକୁ ନେଇ ବଲାଙ୍ଗୀରରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ବୁଧବାର କେବଳ ରେଳଷ୍ଟେଶନ୍‌ ଅଞ୍ଚଳରେ ୧୪୪ ଧାରା ଓ କର୍ଫ୍ୟୁ ଲଗାଯାଇଥିଲା। ଗୁରୁବାର ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ତାମିଲନାଡୁର ଥିରୁଭଲ୍ଲାର ଷ୍ଟେଶନ୍‌ରୁ ଆସି ପୂର୍ବାହ୍ନ ୧୦ଟା ୧୦ରେ ବଲାଙ୍ଗୀର ପହଞ୍ଚିବ। ଏଣୁ ଗୁରୁବାର ମଧ୍ୟ ରେଳ ଷ୍ଟେସନ ଅଞ୍ଚଳରେ ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର କର୍ଫ୍ୟୁ ଜାରି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri