ମହାରାଷ୍ଟ୍ର, କର୍ନାଟକରେ ବଢ଼ିଲା ଲକ୍‌ଡାଉନ

ମୁମ୍ବାଇ/ ବେଙ୍ଗାଲୁରୁ, ୧୨।୪: ମହାରାଷ୍ଟ୍ର ଓ କର୍ନାଟକରେ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯାଇଛି। ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ସରକାର ଲକ୍‌ଡାଉନ ସମୟସୀମା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଲୋକମାନେ ସହଯୋଗ ନ କଲେ ଏହାକୁ ଆହୁରି ବଢ଼ାଯାଇପାରେ ବୋଲି ମୁଖ୍ୟମନ୍ତ୍ରୀ ଠାକ୍‌ରେ ସୂଚନା ଦେଇଛନ୍ତି। ଲକ୍‌ଡାଉନ ସମୟସୀମା ବଢ଼ାଇବାରେ ଓଡ଼ିଶା, ପଞ୍ଜାବ ପରେ ମହାରାଷ୍ଟ୍ର ତୃତୀୟ ରାଜ୍ୟ। ପୂର୍ବରୁ ଓଡ଼ିଶା ସରକାର ଏପ୍ରିଲ ୩୦ ଯାଏ ଏବଂ ପଞ୍ଜାବ ମେ’ ୧ତାରିଖ ଯାଏ ଲକ୍‌ଡାଉନ ବଢ଼ାଇଥିଲେ।
କର୍ନାଟକ ସରକାର ଲକ୍‌ଡାଉନ ସମୟସୀମା ଆଉ ଦୁଇସପ୍ତାହ ବଢ଼ାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୪ ପରେ ରାଜ୍ୟରେ ଲକ୍‌ଡାଉନ ଆଉ ଦୁଇସପ୍ତାହ ବଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶନିବାର ଘୋଷଣା କରିଛନ୍ତି। ତେବେ କୃଷି ଓ ଶିଳ୍ପ ସେକ୍ଟର ପ୍ରତି ଲକ୍‌ଡାଉନ କଟକଣା କୋହଳ କରାଯାଇଛି। ଏହି ସମୟରେ ସରକାରୀ କାର୍ଯ୍ୟାଳୟଗୁଡ଼ିକ କମ୍‌ କର୍ମଚାରୀରେ ଚାଲିବ। ଲକ୍‌ଡାଉନ ସମୟସୀମା ବଢ଼ାଇବାରେ କର୍ନାଟକ ପ୍ରଥମ ଭାଜପା ଶାସିତ ରାଜ୍ୟ। ଲକ୍‌ଡାଉନକୁ କଡ଼ାକଡ଼ି ପାଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?