ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍, କାର ଓ ବାଇକ୍ ଯୋଗେ ପ୍ରବାସୀ ଓଡ଼ିଆ ଫେରୁଥିବା ଦେଖାଯାଉଛି। ସୋମବାର ଗୁଜରାଟ ଓ ମହାରାଷ୍ଟ୍ରରୁ ୮ଟି ବସ୍ରେ ପ୍ରବାସୀ ଗଞ୍ଜାମ ଜିଲାକୁ ଫେରିଛନ୍ତି । ଏଥିସହ ଏକାଧିକ ବାଇକ୍ ଓ କାରରେ ବି ଲୋକେ ଆସିଛନ୍ତି । ତାରସିଂଠାରେ ସେମାନଙ୍କୁ ଯାଞ୍ଚ କରାଯିବା ପରେ ସଙ୍ଗରୋଧ କେନ୍ଦ୍ରରେ ରଖିବା ବ୍ୟବସ୍ଥା କରାଯାଉଛି । ଦୈନନ୍ଦିନ ହଜାର ହଜାର ଓଡ଼ିଆ ଆସୁଥିବାରୁ ସଙ୍ଗରୋଧ କେନ୍ଦ୍ର ଅଭାବ ଦେଖାଦେଲାଣି। ଏଭଳି ସ୍ଥିତିରେ ସଙ୍ଗରୋଧ ନିୟମ ପରିବର୍ତ୍ତନ କରାଯାଇଛି। ତେଣୁ ଭଞ୍ଜନଗର ଉପଖଣ୍ଡର ଅଧିକାଂଶ ସଙ୍ଗରୋଧ କେନ୍ଦ୍ରରେ ଆଗରୁ ଥିବା ଅନ୍ତେବାସୀଙ୍କୁ ଘରକୁ ଛଡ଼ାଯାଇ ନୂଆଙ୍କୁ ରଖାଯାଉଛି। କାଁ ଭାଁ କେଉଁଠି କିଛି ସମସ୍ୟା ଦେଖାଦେଉଛି। ଅନ୍ୟପକ୍ଷରେ ଭଞ୍ଜନଗର ବ୍ଲକର କ୍ୱାରାଣ୍ଟାଇନ ସେଣ୍ଟର ବାହାରୁ ଜଣେ ମହିଳା ୫ଦିନ ପୂର୍ବେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିତ୍ଲେ। ତାଙ୍କ ସହ ମିଶିଥିବା ବ୍ୟକ୍ତିଙ୍କ ସ୍ବାବ୍ ସଂଗ୍ରହ କରି ୫ଦିନ ତଳୁ ପରୀକ୍ଷା ପାଇଁ ନିଆଗଲାଣି। ସୋମବାର ସୁଦ୍ଧା ସେମାନଙ୍କ ରିପୋର୍ଟ ଆସି ପାରୁ ନ ଥିବାରୁ ସମ୍ପୃକ୍ତ ଅଞ୍ଚଳବାସୀ ଦ୍ୱନ୍ଦ୍ୱରେ ପଦାକୁ ବାହାରିବାକୁ ଭୟ କରୁଛନ୍ତି । ତେବେ କୌଣସିଠାରେ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବାରୁ ଲୋକେ ଭୟଭୀତ ନ ହେବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ
ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ
ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI
କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...
Archives




