Posted inଜାତୀୟ

ମହାରାଷ୍ଟ୍ର ପାଇଁ ଅଧିକ ଆଲୋଚନା ଆବଶ୍ୟକ

ନୂଆଦିଲ୍ଲୀ,୧୯ା୧୧(ପି.ଟି.)-ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚିତତାର ଅନ୍ତ ଘଟୁନାହିଁ। ଏନ୍‌ସିପି ନେତା ଶରଦ ପାଓ୍ବାର ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କ ନୂଆଦିଲ୍ଲୀ ବାସଭବନରେ ଭେଟି ୪୫ ମିନିଟ ଆଲୋଚନା କରିଥିଲେ। ସେମାନେ ମହାରାଷ୍ଟ୍ର ରାଜନୀତି ନେଇ ଆଲୋଚନା କରିଥିଲେ ହେଁ ସରକାର ଗଠନ ଏବଂ ସାଧାରଣ ସର୍ବନିମ୍ନ କାର୍ଯ୍ୟସୂଚୀ ସମ୍ପର୍କରେ କଥା ହୋଇ ନ ଥିବା ଜଣାପଡିଛି। କୌଣସି ଦଳ ସହ ମେଣ୍ଟ ନେଇ ଆଲୋଚନା ହୋଇନାହିଁ। ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଧିକ ଆଲୋଚନାର ଆବଶ୍ୟକତା ରହିଥିବା ବୈଠକ ପରେ ପାଓ୍ବାର ଗଣମାଧ୍ୟମକୁ କହିଛନ୍ତି। ଅନ୍ୟପକ୍ଷରେ ଏନ୍‌ସିପି ନେତା ଭାଜପା ସହ ମେଣ୍ଟ କରିବାକୁ ଦ୍ୱାର ଖୋଲାରଖିଥିବା ଚର୍ଚ୍ଚା ହେଉଥିଲାବେଳେ ଏହାକୁ ପାଓ୍ବାର ଖଣ୍ଡନ କରିଛନ୍ତି। ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ଏକାଠି ନିର୍ବାଚନ ଲଢ଼ିଥିଲେ। ଭାଜପା ୧୦୫ ଆସନ ଜିତିଥିଲାବେଳେ ଶିବସେନାକୁ ୫୬ ଆସନ ମିଳିଛି। ସେମାନେ ନିଜର ମାର୍ଗ ନିର୍ଦ୍ଧାରଣ କରିବା ଉଚିତ। ଭାଜପାକୁ ସମର୍ଥନ ଦେବା ପ୍ରଶ୍ନ ଉଠୁନାହିଁ ବୋଲି ଏନ୍‌ସିପି ନେତା କହିଛନ୍ତି। ଶିବସେନା ସହ ମେଣ୍ଟ ପ୍ରସ୍ତାବକୁ କଂଗ୍ରେସ ନେତ୍ରୀ ବିରୋଧ କରୁଛନ୍ତି କି ପ୍ରଶ୍ନରେ ସେପରି କିଛି ଆଲୋଚନା ହୋଇ ନ ଥିବା ଏନ୍‌ସିପି ମୁଖ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri