ମହାରାଷ୍ଟ୍ର ରାଜନୀତିକୁ ନେଇ ଭାଇରାଲ ହେଉଛି ରାକ୍ଷୀ ସାଓ୍ବନ୍ତଙ୍କ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ଏମିତି ଜଣେ ଅଭିନେତ୍ରୀ ଯେ ସବୁବେଳେ ପ୍ରତିଦିନର ଘଟଣା ଉପରେ ନଜର ରଖିଥାଆନ୍ତି। କେବଳ ସେତିକି ନୁହେଁ ଅଧିକାଂଶ ଘଟଣାକୁ ନେଇ ସେ ନିଜର ମତ ମଧ୍ୟ ଦେଇଥାଆନ୍ତି। ଏବେ ମହାରାଷ୍ଟ୍ର ରାଜନୀତି ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏହାକୁ ନେଇ ରାକ୍ଷୀ ଏକ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି। ଆଉ ଏବେ ପର୍ଯ୍ୟନ୍ତ ଏହାକୁ ୩୪ ହଜାର ଥର ଦେଖା ସରିଥିବା ଜଣାପଡିଛି। ଶନିବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡନବିସ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଅଜିତ ପାଓ୍ବାର ଶପଥ ଗ୍ରହଣ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି ସରଗରମ। ରାତାରାତି ଏଠି ସବୁ ଗଣିତ ଓଲଟ ପାଲଟ ହୋଇଯାଇଛି। ଗୋଟିଏ ପଟେ ଶିବସେନା ଏନ୍‌ସିପି ଓ କଂଗ୍ରେସକୁ ନେଇ ସରକାର ଗଠନ କରିବାକୁ ଚାହୁଁଥିବା ବେଳେ ଅନ୍ୟପଟେ ରାତାରାତି ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ହାତ କରି ଭାଜପା ସେଠାରେ ସରକାର ଗଠନ କରିଛି। ଏହାକୁ ନେଇ ରାକ୍ଷୀ ଉକ୍ତ ଭିଡିଓରେ କହିଛନ୍ତି, ଉଦ୍ଧବ ଠାକରେଙ୍କୁ ମୁଁ ବହୁ ପୂର୍ବରୁ କହିଥିଲି ଯାହା କରିବା କଥା ଶୀଘ୍ର କରନ୍ତୁ। କାରଣ ଆଲୋଚନା କରିବା ପାଇଁ ଆଉ ସମୟ ନାହିଁ। ନଚେତ୍‌ ଏହା ବଡ ଭୁଲ୍‌ ହେବ। ଆଉ ଏବେ ତାହା ସତ ହୋଇଛି ବୋଲି ରାକ୍ଷୀ କହିଛନ୍ତି। ସେ ଆହୁରି ମଧ୍ୟ ଶିବସେନା ଉଦ୍ଦେଶ୍ୟରେ କହିଛନ୍ତି, ଏନ୍‌ସିପି ଶିବସେନା ସହ ମେଣ୍ଟ କରୁଥିବା ବେଳେ ରାତାରାତି କେମିତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏଥିରେ ଓଲଟ ପାଲଟ କରିଦେଲେ ଦେଖିଲେତ। କାରଣ ସେମାନେ ଗୁଜରାଟି ଓ ସେମାନଙ୍କ ମସ୍ତିଷ୍କ କ୍ଷୁବ୍‌ ତୀକ୍ଷ୍ନ। ମୁଁ ବି ଗୁଜରାଟି ସେଥିପାଇଁ ଉଦ୍ଧବଙ୍କୁ କହିଥିଲି ଯେତେଶୀଘ୍ର ସରକାର ଗଠନ କରିବାକୁ ନିଷ୍ପତ୍ତି ନିଅ। ହେଲେ ସେ ଏଥିରେ ବିଳମ୍ବ କରିଦେଲେ। ରାକ୍ଷୀଙ୍କର ଏମିତି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?