Posted inଜାତୀୟ

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହିତ କଂଗ୍ରେସର ବାଲାସାହେବ ଥୋରାଟ, ନୀତିନ ରାଉତ, ଏନ୍‌ସିପିର ଛଗନ ଚନ୍ଦ୍ରକାନ୍ତ ଭୁଜବଳ, ଜୟନ୍ତ ରାଜାରାମ ପାଟିଲ୍‌, ଶିବସେନାର ଏକନାଥ ସିନ୍ଧେ ଏବଂ ସୁଭାଷ ଦେଶାଇ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଉତ୍ସବରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ, ଡିଏମ୍‌କେ ନେତା ଷ୍ଟାଲିନ୍‌, ଟିଆର୍‌ ବାଲୁ, କପିଲ୍‌ ସିବଲ୍‌, ଅହମଦ୍‌ ପଟେଲ୍‌, ରାଜ୍‌ ଠାକ୍‌ରେ, ଅଜିତ୍‌ ପାଓ୍ବାର, ଶରଦ ପାଓ୍ବାର, ସୁପ୍ରିୟା ସୁଲେ ପ୍ରମୁଖ ଉପସ୍ଥିତ ଥିଲେ। ପାର୍କରେ ଅତିଥିଙ୍କ ପାଇଁ ୭୦ ହଜାରରୁ ଅଧିକ ଚେୟାର ପକାଯାଇଥିଲା। ୬ ହଜାର ବର୍ଗଫୁଟ ମଞ୍ଚ ଉପରେ ଜାତୀୟ ସ୍ତରୀୟ ନେତାଙ୍କ ଲାଗି ଚେୟାର ରହିଥିଲା। ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ଏବେ ତାଙ୍କୁ ୬ ମାସ ମଧ୍ୟରେ ବିଧାନସଭା ଅବା ବିଧାନ ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହେବାକୁ ପଡ଼ିବ। ଏହା ପୂର୍ବରୁ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ୧୯୯୭ରେ କୌଣସି ନିର୍ବାଚନ ନ ଲଢ଼ି ରାଜ୍ୟର କ୍ଷମତା ହାସଲ କରିଥିଲେ। ସେହିପରି ୨୦୦୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳି ଥିଲେ। ଏବେ ଏହାର ପୁନରାବୃତ୍ତି ମହାରାଷ୍ଟ୍ରରେ ହୋଇଛି। ଉଦ୍ଧବ ୧୯୬୦ ଜୁଲାଇ ୨୭ରେ ଜନ୍ମଗ୍ରହଣ କରିଥିଲେ। ୨୦୦୦ ପର୍ଯ୍ୟନ୍ତ ରାଜନୀତିଠାରୁ ଦୂରରେ ଥିଲେ। ତେବେ ବାଲ୍‌ ଠାକ୍‌ରେଙ୍କ ପରେ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ୨୦୦୨ରେ ତାଙ୍କ ନେତୃତ୍ୱରେ ଶିବସେନା ମୁମ୍ବାଇ ମ୍ୟୁନିସପାଲିଟି ନିର୍ବାଚନରେ ବେଶ୍‌ ସଫଳ ରହିଥିଲା। ୨୦୦୩ରେ ସେ ଶିବସେନାର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri