Posted inଜାତୀୟ

ମହାରାଷ୍ଟ୍ରରେ ଏକୁଟିଆ ସରକାର ଗଢିପାରିବୁ ନାହିଁ: ଭାଜପା

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ରାଜନୀତିରେ ପୁଣି ନୂଆମୋଡ ଆସିଛି। ମେଣ୍ଟ ହୋଇ ନିର୍ବାଚନ ଲଢିବା ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଏବଂ ଶିବସେନା ମଧ୍ୟରେ ମତପାର୍ଥକ୍ୟ ଦେଖାଯିବାରୁ ଭାରତୀୟ ଜନତା ପାର୍ଟି ମହାରାଷ୍ଟ୍ରରେ ସରକାର ଗଠନ ନ କରିବା ପାଇଁ ନିଷ୍ପତ୍ତି ନେଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀଶଙ୍କ ବାସଭବନରେ ଆୟୋଜିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ ଚନ୍ଦ୍ରକାନ୍ତ ପାଟିଲ କହିଛନ୍ତି। ରାଜ୍ୟପାଳ ଭଗତ ସିଂହ କୋଶିୟାରିଙ୍କୁ ଭେଟି ସରକାର ଗଢ଼ିବା ନିଷ୍ପତ୍ତି ବାବଦରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଦିଆଯାଇଥିବା ସେ ସୂଚନା ଦେଇଛନ୍ତି। ଏହାସହ ପାଟିଲ କହିଛନ୍ତି, ଶିବସେନା ଲୋକମତର ଅପମାନ କରିଛି। ଚଳିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ଆଧାରରେ ଭାଜପାକୁ ଅଧିକ ଆସନ ମିଳିଥିବାରୁ ପ୍ରଥମେ ସରକାର ଗଢ଼ିବା ପାଇଁ ରାଜ୍ୟପାଳ ଭାଜପାକୁ ଆମନ୍ତ୍ରଣ କରିଥିଲେ। ସରକାର ଗଢ଼ିବା ପାଇଁ ଆବଶ୍ୟକ ସଂଖ୍ୟା ନ ଥିବାରୁ ଭାଜପା ସରକାର ଗଢ଼ିବ ନାହିଁ ବୋଲି ରାଜ୍ୟପାଳଙ୍କୁ ଫଡନବୀଶ କହିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନରୁ ଭାଜପା ୧୦୫ଟି, ଶିବସେନା ୫୬, କଂଗ୍ରେସ ୪୪, ଏନସିପି ୫୪ ଓ ଅନ୍ୟାନ୍ୟ ଦଳ ୨୯ଟି ଆସନରେ ଜିତିଛନ୍ତି। ସରକାର ଗଢ଼ିବା ପାଇଁ ମ୍ୟାଜିକ ନମ୍ବର ୧୪୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri