ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ନୂଆ ଭାରତର ନୂଆ କିରଣ ଲୋକେ ଦେଖି ସାରିଲେଣି। ତେବେ ଏସବୁ ମୋଦିଙ୍କ ପାଇଁ ନୁହେଁ ବରଂ ସଚେତନ ଭୋଟରଙ୍କ ପାଇଁ ସମ୍ଭବ ହେଲା ବୋଲି ସେ କହିଛନ୍ତି। କାରଣ ଜନତା ଧର୍ମ, ସମ୍ପ୍ରଦାୟ ସବୁର ଊର୍ଦ୍ଧ୍ୱକୁ ଯାଇ ଯେଉଁ ଜନାଦେଶ ଦେଇଛନ୍ତି ତାହା ହିଁ ନୂଆ ଭାରତ ଗଠନ କରିଛି। ଏହାର ପରିଣାମ ସ୍ବରୂପ ଏବେ ସମଗ୍ର ବିଶ୍ୱ ଭାରତର ସ୍ବରକୁ ଗମ୍ଭିରତାର ସହ ଶୁଣୁଛି। ବିଶ୍ୱର ପ୍ରାୟ ସବୁଦେଶ ଏବେ ଭାରତ ସପକ୍ଷରେ ଥିବା ବେଳେ ଭାରତ ସହ ମିଶି ଆଗକୁ ବଢିବାକୁ ଉତ୍ସାହ ପ୍ରକାଶ କରୁଥିବା ମୋଦି କହିଛନ୍ତି। ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦକୁ ନେଇ କଂଗ୍ରେସ ଉପରେ ବର୍ଷିଛନ୍ତି ମୋଦି। ସେ କହିଛନ୍ତି ଯାହା ଦିନେ ଅସମ୍ଭବ ଲାଗୁଥିଲା ତାହା ଆଜି ସମ୍ଭବ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯାଇଛି। ଆଉ କଂଗ୍ରେସର ଯଦି ସେତିକି କ୍ଷମତା ଅଛି ତେବେ ଅନୁଚ୍ଛେଦ ୩୭୦କୁ ଫେରାଇ ଦେଖାଇ ଦେଉ। ଅଗଷ୍ଟ ୫ର ନିଷ୍ପତ୍ତିକୁ ବଦଳାଇ ଦେଉ। ଆଉ ଏହା କରିବାକୁ ଭାରତୀୟମାନେ କ’ଣ ବିରୋଧିଙ୍କୁ ଅନୁମତି ଦେବେ ବୋଲି ମୋଦି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri