Posted inଜାତୀୟ

ମହାରାଷ୍ଟ୍ରରେ ଚାଷୀଙ୍କ ପାଇଁ ଖୁସି ଖବର: ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କଲେ ସରକାର

ମୁମ୍ବାଇ,୬।୩: ମହାରାଷ୍ଟ୍ର ବିଧାନସଭାରେ ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ମହାରାଷ୍ଟ୍ରରେ ଶାସନ କ୍ଷମତା ହାତେଇଥିବା ଶିବସେନାର ଏହା ପ୍ରଥମ ବଜେଟ। ଗୃହରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଅଜିତ ପାଓ୍ବାର ଚଳିତ ବର୍ଷର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଉକ୍ତ ବଜେଟରେ ଚାଷୀଙ୍କ ପାଇଁ ଖୁସି ଖବର ରହିଛି। ରାଜ୍ୟରେ ୨ଲକ୍ଷ ଚାଷୀଙ୍କର ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କରାଯିବାକୁ ଘୋଷଣା କରାଯାଇଛି। ସେହପରି ମହାରାଷ୍ଟ୍ରରେ ୮୦ ପ୍ରତିଶତ ସ୍ଥାନୀୟ ଲୋକଙ୍କୁ ରୋଜଗାର ଯୋଗାଇଦେବା ପାଇଁ ସରକାର ଆଇନ ତିଆରି କରିବେ ବୋଲି ପାଓ୍ବାର ଏହି ବଜେଟ ମାଧ୍ୟମରେ କହିଛନ୍ତି। ଏଥିସହ ରାଜ୍ୟରେ ଡାକ୍ତରଙ୍କ ସଂଖ୍ୟା ବୃଦ୍ଧି କରାଯିବା ସହ ନୂଆ ମେଡିକାଲ କଲେଜ ମଧ୍ୟ ଖୋଲାଯିବ। ଚଳିତ ବର୍ଷ ବଜେଟ ସାଧାରଣ ଲୋକ ଓ ଚାଷୀଙ୍କୁ ସୁହାଇଲା ବୋଲି କରାଯାଇଥିବା କୁହାଯାଉଛି। ଅପରପକ୍ଷେ ବଜେଟ ଉପସ୍ଥାନ ପୂର୍ବରୁ ପାଓ୍ବାର ଏକ ଆର୍ଥିକ ସର୍ଭେ ଉପସ୍ଥାପନ କରିଥିଲେ। ଏହି ସର୍ଭେ ଅନୁସାରେ ଗତବର୍ଷ ଅପେକ୍ଷା ମହାରାଷ୍ଟ୍ରରେ ଚଳିତ ବର୍ଷ ୫୭ହଜାର କୋଟି ଟଙ୍କା ବା ପ୍ରାୟ ୪୭୧୬୪୨ କୋଟି ଟଙ୍କାର ଋଣ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri