Posted inଜାତୀୟ

ମହାରାଷ୍ଟ୍ରରେ ଜଳ ତାଣ୍ଡବ:ବର୍ଷାବିତ୍ପାତରେ ୧୯ ମୃତ, ୧୧ ନିଖୋଜ

ପୁଣେ,୨୭।୯(ପି.ଟି.):ମହାରାଷ୍ଟ୍ରରେ ଲଗାଣବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ପୁଣେ, ଜଲଗାଓଁ ଓ ନାଶିକ୍‌ରରେ କାନ୍ଥ ଭୁଶୁଡ଼ିଯିବା ସହ ଗଛ ଓ ବିଦ୍ୟୁତ୍‌ ପୋଲ ଉପୁଡ଼ିଯାଇଛି। ଏଥିଯୋଗୁ ୧୯ ଜଣଙ୍କ ପ୍ରାଣହାନି ଘଟିବା ସହ ୧୧ ନିଖୋଜ ହୋଇଯାଇଛନ୍ତି।
ମହାରାଷ୍ଟ୍ରର ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ସୂଚନାନୁସାରେ ବୁଧବାର ମୁମ୍ବାଇ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଥିବା ଏକ ଦରଘାରେ ଲୋକେ ଶୋଇଥିବାବେଳେ ବନ୍ୟାପାଣି ମାଡ଼ିଆସିଥିଲା। ଏଥିରେ ୫ ଜଣ ଲୋକ ଭାସିଯାଇଛନ୍ତି। ପୁଣେର କେତେକ ସ୍ଥାନରେ ଦୁଇ ମହଲା ଉପରକୁ ପାଣି ଚଢ଼ିଯାଇଥିଲା। ଏହାବ୍ୟତୀତ ଅରଣ୍ୟେଶ୍ୱର ସମେତ ବିଭିନ୍ନ ସ୍ଥାନରେ ୫ ମହିଳାଙ୍କ ସହ ୧୨ ଜଣ ପ୍ରାଣ ହରାଇଥିବା ମୁଖ୍ୟ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ ରଣପିସେ ସୂଚନା ଦେଇଛନ୍ତି। ନାଶିକ୍‌ର ଏକ ଗ୍ରାମରେ ଜଣେ ଅଟୋ ଡ୍ରାଇଭର ଶୋଇଥିବାବେଳେ ପାଣି ମାଡ଼ିଆସିବାରୁ ସେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି।
ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବୀସ ଏହାକୁ ନେଇ ଶୋକବ୍ୟକ୍ତ କରିବା ସହ ପ୍ରଭାବିତ ଲୋକଙ୍କୁ ସବୁ ପ୍ରକାର ସହଯୋଗର ପ୍ରତିଶ୍ରୁତି ଦେଇଛନ୍ତି। ୧୬ ହଜାର ଲୋକଙ୍କୁ ଉଦ୍ଧାର କରାଯାଇଛି। ପୁଣେ ଓ ବାରାମତି ତହସିଲରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌) ଯବାନଙ୍କୁ ମୁତୟନ କରାଯାଇଛି। ସେନା ପକ୍ଷରୁ ୩୦୦ ଲୋକଙ୍କୁ ଉଦ୍ଧାର କରାଯାଇଛି। ଯବାନମାନେ ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ଜରୁରୀ ସାମଗ୍ରୀ ଯୋଗାଇଦେଉଛନ୍ତି। ଗୁରୁବାର ସକାଳେ ବର୍ଷା ଛାଡ଼ିଯାଇଥିଲେ ହେଁ ସହରର ଅନେକ ସ୍ଥାନରେ ପାଣି ଜମା ହୋଇରହିଛି। ଡେଙ୍ଗୁ ବ୍ୟାପିବାର ଆଶଙ୍କା ଥିବାରୁ ଗୁରୁବାର ସ୍କୁଲ କଲେଜଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri