ମୁମ୍ବାଇ,୩୧।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଜୁନ ୩୦ ଯାଏ ଲକଡାଉନ ଅବଧି ବଢ଼ାଇଛନ୍ତି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହି ଲକଡାଉନକୁ ‘ମିଶନ ବିଗିନ୍ ଏଗେନ୍’ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ରବିବାର ଫେସବୁକ ଜରିଆରେ ଭିଡିଓ ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି,‘କରୋନାକୁ ନେଇ ସମସ୍ତ ତଥ୍ୟ ସାମ୍ନାକୁ ଆସିବା ଦରକାର। ମହାରାଷ୍ଟ୍ରରେ ଜଣେ ବି କରୋନା ସଂକ୍ରମିତ ଲୁଚି ନ ଯିବ ସେଥିପ୍ରତି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବା ଦରକାର’। ତେଣୁ ଲୋକମାନେ ସରକାରଙ୍କୁ ଏ ଦିଗରେ ସହଯୋଗ କରିବା ଆବଶ୍ୟକ ବୋଲି ଉଦ୍ଧବ ଠାକରେ କହିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ରେ ଏଯାପର୍ଯ୍ୟନ୍ତ ୬୪,୧୬୮ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏଯାବତ ୨,୧୯୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
Archives

