ମହାରାଷ୍ଟ୍ରରେ ବନ୍ଧା ପଡ଼ିଛନ୍ତି ଦୁଇ ଦାଦନ, ଫେରାଇ ଆଣିବାକୁ ପ୍ରଶାସନ ନିକଟରେ ପରିବାର ଲୋକଙ୍କ ନିବେଦନ

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୨ ଜଣ ଦାଦନ ମହାରାଷ୍ଟ୍ରରେ ବନ୍ଧା ପଡ଼ିଥିବା ଅଭିଯୋଗ ହୋଇଛି। ଦାଦନଙ୍କ ମୁକ୍ତି ପାଇଁ ତାଙ୍କ ପରିବାର ଲୋକେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି।
ପ୍ରକାଶ ଯେ, କାମଧନ୍ଦା ଅନ୍ବେଷଣ ଏବଂ ଅଧିକ ଆୟ ଲୋଭରେ ଦଲାଲଙ୍କ କଥାରେ ଭାସି ଯାଇ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ହାରାମାଲ ଗାଁର ଆଠଜଣ ବ୍ୟକ୍ତି ମହାରାଷ୍ଟ୍ରକୁ ଦାଦନ ଖଟିବାକୁ ଯାଇଥିଲେ। ଜଣେ ଦଲାଲ ଟଙ୍କାର ପ୍ରଲୋଭନ ଦେଖାଇ ୮ ଯୁବକଙ୍କୁ ମହାରାଷ୍ଟ୍ରର ପୁଣେକୁ ନେଇଥିଲେ। ସେଠାରେ ଠିକାଦାରଙ୍କ ନିର୍ଯାତନା ସହି ନ ପାରି କୌଣସି ପ୍ରକାରେ ୬ ଜଣ ଖସି ଆସିଥିଲେ। ତେବେ ଅନ୍ୟ ୨ ଜଣ ସେଠାରେ ବନ୍ଧା ପଡ଼ିଛନ୍ତି। ସେମାନେ ହେଲେ ହାରାମାଲ ଗାଁର ନରୋତ୍ତମ ଶବର (୩୦) ଓ ବ୍ରାହ୍ମଣକେନ୍ଦୁଗୁଡାର ରୁପେନ୍ଦ୍ର ମାଝି (୧୮)। ଦଲାଲଙ୍କ ସହିତ ପରିବାରବର୍ଗ ଯୋଗାଯୋଗ କରିଥିଲେ ହେଁ ସେ ଫୋନ୍‌ ଉଠାଉ ନାହାନ୍ତି। ଠିକାଦାରଙ୍କ କବଳରୁ ଫେରି ଆସିଥିବା ଅନ୍ୟ ୬ ଜଣ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ନରୋତ୍ତମ ଓ ରୂପେନ୍ଦ୍ରଙ୍କୁ ଦାଦନ ଦଲାଲ ୫୦ ହଜାର ଟଙ୍କାରେ ବିକ୍ରି କରି ଦେଇଥିବା ଶ୍ରମିକମାନେ ପ୍ରକାଶ କରିଛନ୍ତି। ତେବେ ବନ୍ଧା ପଡ଼ିଥିବା ନରୋତ୍ତମଙ୍କ ସ୍ତ୍ରୀ ପ୍ରମୋଦିନୀ ଓ ଆଈ ପାର୍ବତୀ ଏବଂ ରୁପେନ୍ଦ୍ରଙ୍କ ବାପା ଗୁରୁବାରୁ ମାଝି ଓ ସମ୍ପର୍କୀୟ ଶୁକଲ ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ଏସ୍‌ପି ବି.ଗଙ୍ଗାଧର ଏବଂ ଉପ ଶ୍ରମଆୟୁକ୍ତଙ୍କଠାରେ ଫେରାଦ ହୋଇ ଦାଦନଙ୍କୁ ଫେରାଇ ଆଣିବା ନିମନ୍ତେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri