Posted inଜାତୀୟ

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ, ଠିକ୍‌ ସମୟରେ ନିଷ୍ପତ୍ତି ନେବ କଂଗ୍ରେସ: ଅଶୋକ ଚୌହାନ

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ବହୁମତରେ ବିଜୟ ଲାଭ କଲେ ସତ। ହେଲେ ଏପର୍ଯ୍ୟନ୍ତ ସରକାର ଗଠନ କରିପାରୁ ନାହାଁନ୍ତି। ଏଠି ଲାଗିରହିଥିବା ରାଜନୈତିକ ଡ୍ରାମାକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ଗୋଟିଏ ପଟେ ଶିବସେନା ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଡି ବସିଥିବା ବେଳେ ଅନ୍ୟପଟେ ଅଧିକ ଆସନରେ ବିଜୟ ଲାଭ କରିଥିବା ଭାଜପା ଏହି ଆସନକୁ ଭାଗ ବାଣ୍ଟିବାକୁ ପ୍ରସ୍ତୁତ ନାହିଁ। ଏହି ସମୟରେ କିଙ୍ଗ ମେକର ସାଜିଛି ଏନ୍‌ସିପି। ଶୁକ୍ରବାର ଶିବସେନା ନେତା ସଞ୍ଜୟ ରାଉତ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଏହା ସଙ୍କେତ ଦେଉଛି କି ଯଦି ଭାଜପା ଶିବସେନାକୁ ନେଇ ସରକାର ଗଠନ ନ କରେ ତେବେ ଶିବସେନାର ଦ୍ୱାର ଅନ୍ୟମାନଙ୍କ ପାଇଁ ଖୋଲା ରହିଛି। ଅନ୍ୟପଟେ କଂଗ୍ରେସ ପ୍ରଥମରୁ ସ୍ପଷ୍ଟ କରିଥିଲା କି ଯଦି ଶିବସେନା ସମ୍ପର୍କରେ ଆସେ ତେବେ ଏନ୍‌ସିପିକୁ ନେଇ ସରକାର ଗଠନ କରିବା କଥା ଚିନ୍ତା କରାଯାଇପାରେ। ଏହି କ୍ରମରେ ଶୁକ୍ରବାର କଂଗ୍ରେସର ପ୍ରତିନିଧି ମଣ୍ଡଳ ବରିଷ୍ଠ କଂଗ୍ରେସ ନେତା କେସି ଭେନୁଗୋପାଳଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସାକ୍ଷାତ୍‌କାର ପରେ ମନ୍ତ୍ରିମଣ୍ଡଳର ନେତୃତ୍ୱ ନେଇଥିବା କଂଗ୍ରେସ ନେତା ଅଶୋକ ଚୌହାନ କହିଛନ୍ତି, ଭାଜପା ତା’ର ସହଯୋଗୀ ସହ ମେଣ୍ଟ କରିବାରେ ବିଫଳ ହେଉଛି। କାରଣ ସେ ତା’ର ଦେଇଥିବା କଥା ରଖୁନାହିଁ। ତେଣୁ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଏବେ କଂଗ୍ରେସ ସ୍ଥିତିକୁ ଦେଖି ସମିକ୍ଷା କରୁଛି। ଉପଯୁକ୍ତ ସମୟ ଆସିଲେ ଦଳ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri