ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ ରହିଛି। ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳ ଭୋଟରଙ୍କ ମଧ୍ୟରେ ଭୋଟଦାନ ଲାଗି ଅଧିକ ଆଗ୍ରହ ଦେଖାଯାଇଥିଲା। ବିଭିନ୍ନ ବୁଥ୍‌ରେ ଭୋଟରମାନଙ୍କ ଲମ୍ବା ଲାଇନ ଲାଗିଥିଲା।
ମହାରାଷ୍ଟ୍ରରେ ସକାଳ ୭ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ମତଦାନ ହୋଇଥିଲାବେଳେ ପ୍ରମୁଖ ନେତାଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ, କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ, ଆରଏସଏସ୍‌ ମୁଖ୍ୟ ମୋହନ ଭାଗବତ, ଏନ୍‌ସିପି ନେତା ଶରଦ ପାଓ୍ବାର, ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ, ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ, ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ୍‌ ଠାକ୍‌ରେ ପ୍ରମୁଖ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଥିଲେ। ବଲିଉଡ୍‌ ଅଭିନେତାଙ୍କ ମଧ୍ୟରେ ଶାହରୁଖ ଖାନ୍‌ଙ୍କଠାରୁ ଆରମ୍ଭ କରି ସଲମାନ ଖାନ, କରିନା କପୁର ଖାନ୍‌, ଦୀପିକା ପାଦୁକୋନ, ଆମିର୍‌ ଖାନ, ମାଧୁରୀ ଦୀକ୍ଷିତ ନେନେ,ଲାରା ଦତ୍ତ, ରିତେଶ ଦେଶମୁଖ ଓ ତାଙ୍କ ସ୍ତ୍ରୀ ଜେନେଲିଆ ଭୋଟ ଦେଇଥିଲେ। ମୁମ୍ବାଇର ଏକ ବୁଥ୍‌ ବାହାରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନିଙ୍କ ସହ ୯୩ ବର୍ଷୀୟ ଭୋଟର ଖାନ୍ନା ସାହେବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ଇରାନି କହିଥିଲେ। ସେହିପରି ପୁଣେର ଜଣେ ୧୦୨ ବର୍ଷୀୟ ଭୋଟର ହସ୍ପିଟାଲରୁ ଭୋଟ ଦେବା ପାଇଁ ଯାଇଥିଲେ।
ବିଭିନ୍ନ ସ୍ଥାନରେ ଇଭିଏମ୍‌ ଓ ଭିଭିପିଏଟି ମେଶିନ୍‌ରେ ତ୍ରୁଟି ନେଇ ବିରୋଧୀ କଂଗ୍ରେସ ପକ୍ଷରୁ ୨୫୦ରୁ ଊର୍ଦ୍ଧ୍ୱ ଅଭିଯୋଗ ନିର୍ବାଚନ ଅଧିକାରୀଙ୍କ ପାଖରେ କରାଯାଇଛି। ରାମଟେକ୍‌ ନିର୍ବାଚନମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ବଟନ ଦବାଇଲେ ଭାଜପା ପ୍ରାର୍ଥୀଙ୍କୁ ଭୋଟ ଯାଉଥିବା ବିରୋଧୀ ଦଳ ପକ୍ଷରୁ ଅଭିଯୋଗ ହୋଇଥିଲା। ଗଡଚିରୋଲି ଜିଲାରେ ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଶିକ୍ଷକ ମୂର୍ଚ୍ଛା ଯିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ପୁଣେରେ ଭୋଟ ଦେବା ପାଇଁ ଧାଡ଼ିରେ ଛିଡ଼ାହୋଇଥିବା ଜଣେ ୬୨ ବର୍ଷୀୟ ଭୋଟର ପଡ଼ିଯିବାରୁ ବ୍ରେନ୍‌ ହାମ୍‌ରେଜ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା।
ହରିୟାଣାରେ ମୋଟ ୧୯,୫୭୮ ବୁଥ୍‌ରେ ଭୋଟଗ୍ରହଣ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟାର ସାଇକେଲ୍‌ରେ ବୁଥ୍‌କୁ ଯାଇ ଭୋଟ ଦେଇଥିଲେ।
ଏହାବ୍ୟତୀତ ସୋମବାର ୧୮ ରାଜ୍ୟର ୫୧ ବିଧାନସଭା ଆସନ ଏବଂ ୨ ଲୋକ ସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ହାରାହାରି ମତଦାନ ହାର ୫୭ ପ୍ରତିଶତ ରହିଛି। କେରଳରେ ପ୍ରବଳ ବର୍ଷା ଯୋଗୁ କେତେକ ବୁଥ୍‌ରେ ପାଣି ପଶିଯାଇଥିଲା। ଉତ୍ତରପ୍ରଦେଶର ୧୧ ଆସନରେ ସର୍ବନିମ୍ନ ୪୭.୦୫ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri