ମହାଶିବରାତ୍ରି ଉପଲକ୍ଷେ ଜାତୀୟସ୍ତରୀୟ ଭଜନ ସମାରୋହ: ୧୦ଜଣଙ୍କୁ ‘ଏକାମ୍ର ଶ୍ରୀ’ ସମ୍ମାନ

ପୁରୁଣା ଭୁବନେଶ୍ୱର,୨୨।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟ ଅସ୍ଥାୟୀ ଭଜନ ମଣ୍ଡପରେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ଅନୁଷ୍ଠାନ ପକ୍ଷରୁ ଅହୋରାତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃରୁ ଶଙ୍ଖଧ୍ୱନି, ବେଦପାଠ, ଶିବ ଚେତନା, ଗୀତାପାଠ ପରେ ଅପରାହ୍ନରେ ଡ. ରଜନୀ ରଞ୍ଜନ ଦାଶଙ୍କ ଗ୍ରୁପ୍‌ ପ୍ରବଚନରେ ଶିବ ମାହାତ୍ମ୍ୟ ବୁଝାଇଥିଲେ। ସା ୭ଟା ୪୦ରେ ଜାତୀୟସ୍ତରୀୟ ଭଜନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସଙ୍ଗୀତଜ୍ଞ ମନ୍ମଥ ମିଶ୍ରଙ୍କ “ତୁମେ ହିଁ ସାକାର, ତୁମେ ନିରାକାର, ସତ୍ୟ ଶିବ ସୁନ୍ଦର…” ଭଜନରୁ ଭଜନ ସା ଆରମ୍ଭ ହୋଇଥିଲା। ପରେ ସୁନାମଧନ୍ୟା ଗାୟିକା ଅନୁରାଧା ପଡ଼ଓ୍ବାଲ୍‌ଙ୍କ କଣ୍ଠରୁ “କେରି କେରି ସୁନାଦୂବ ଲୋ ସଜନୀ” ଶୁଣିବାକୁ ମିଳିଥିଲା। ପରେ ପରେ ବାପି ଲାହିରିଙ୍କ ବୋଲ ହର ହର ମହାଦେବ.., ଗୁରୁ ବ୍ରହ୍ମା ଗୁରୁ ବିଷ୍ଣୁ ଗୁରୁ ଦେବ ମହେଶ୍ୱର… ଗୀତ ଶ୍ରୋତାଙ୍କ ମନ ଛୁଇଁଥିଲା। ଆରତି ମୁଖାର୍ଜୀଙ୍କ ଗାୟନ ଶ୍ରୋତାଙ୍କୁ ମନ୍ତ୍ରମୁଗ୍ଧ କରିିଥିଲା।
ସୂଚନା ଯେ, ଚଳିତଥର ଅନୁଷ୍ଠାନ ପକ୍ଷରୁ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ‘ଏକାମ୍ର ଶ୍ରୀ’ ସମ୍ମାନ ପ୍ରଦାନ କରାଯିବାକୁ ନାମ ଡକାଯାଇଥିଲା। କିନ୍ତୁ ସେ ଅନୁପସ୍ଥିତ ଥିଲେ। ଅନ୍ୟପକ୍ଷରେ ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପଡ଼ଓ୍ବାଲ୍‌, ଆରତି ମୁଖାର୍ଜୀ, ବାପି ଲାହିରି, ଦୀପକ ମହାନ୍ତିଙ୍କ ଭଳି ୧୦ କଳାକାରଙ୍କୁ ମଧ୍ୟ ଏହି ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନର ସଭାପତି ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ଅନୁଷ୍ଠାନର ସମ୍ପାଦକ ସନତ ମିଶ୍ର ଧନ୍ୟବାଦ ଦେଇଥିବାବେଳେ ବିଶ୍ୱନାଥ ମହାପାତ୍ର, କପିଳ ପଣ୍ଡା, ରତିକାନ୍ତ ମହାସୁଆର, ସତ୍ୟନାରାୟଣ ସାହୁ, ତପନ ମହାସୁଆର, ଚକ୍ରଧର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟତମ ଅତିଥି ଭାବେ ଭାଜପା ନେତା ବାବୁ ସିଂ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ଗ୍ରାମ୍ୟ ଖଦି ଉଦ୍ୟୋଗ ବୋର୍ଡ ସଭାପତି ସଂଗ୍ରାମ କେଶରୀ ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri