ମହିଳା ଅଧିକାର ସାମ୍ମୁଖ୍ୟର ପଞ୍ଚାୟତସ୍ତରୀୟ ବୈଠକ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଦାପ୍ତା ସଂସ୍ଥା ପକ୍ଷରୁ ଦ ହଙ୍ଗର ପ୍ରୋଜେକ୍ଟ ନୂଆଦିଲ୍ଲୀ ସହାୟତାରେ ତଥା ଫାର ସଂସ୍ଥା ସହାୟତାରେ ମହିଳା ଅଧିକାର ସାମ୍ମୁଖ୍ୟର ଗ୍ରାମପଞ୍ଚାୟତସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ସରପଞ୍ଚ କେତକୀ ରଣାଙ୍କ ସମେତ ୬ ଜଣ ମହିଳା ପଞ୍ଚାୟତ ପ୍ରତିନିଧି ଓ ୨୮ ଜଣ ଏସଏଚଜି କର୍ମକର୍ତ୍ତା ଅଂଶ ଗ୍ରହଣ କରିଥିଲେ। ଦାପ୍ତା ସଂସ୍ଥା କର୍ଲାମୁଣ୍ଡା ବ୍ଲକ ସଂଯୋଜକ ସୁବାସ ପଧାନ ଯୋଗଦେଇ ମହିଳା ସାମ୍ମୁଖ୍ୟର ଉଦ୍ଦେଶ୍ୟ ଉପରେ ଆଲୋଚନା କରିଥିଲେ । ଏଥିସହିତ ପଞ୍ଚାୟତସ୍ତରରେ ମହିଳାମାନଙ୍କ କ୍ଷେତ୍ରେ ଘଟୁଥିବା ହିଂସାଙ୍କୁ କମାଇବା ସହିତ ସ୍ଥାନୀୟ ସମସ୍ୟା ଚିହ୍ନଟ ଓ ପଞ୍ଚାୟତ ବ୍ୟବସ୍ଥା ଜରିଆରେ ସମାଧାନର ପନ୍ଥା ବାହାର କରିବା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri