ମହିଳା ଏସ୍‌ଏଚ୍‌ଜି ସଂଗ୍ରହ କଲେ ୨ ଲକ୍ଷ ୩୨ ହଜାର କୁଇଣ୍ଟାଲ ଧାନ

ଭବାନୀପାଟଣା,୨୮।୬(ଡି.ଏନ୍‌.ଏ.): ଚଳିତ ରବି ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟାରେ ମହିଳା ଏସ୍‌ଏଚ୍‌ଜିଗୁଡ଼ିକୁ ସାମିଲ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏ ନେଇ କଳାହାଣ୍ଡି ଜିଲାରେ ମହିଳା ଏସ୍‌ଏଚ୍‌ଜଙ୍କୁ ପରୀକ୍ଷା ମୂଳକ ଭାବେ କେତୋଟି ମଣ୍ଡିରୁ ଧାନ ସଂଗ୍ରହ କରିବା ପାଇଁ ଦାୟିତ୍ୱ ଦିଆଯାଇଥିଲା ।  ଜିଲାରେ ଚଳିତ ରବି ଋତୁରେ ପ୍ରାଥମିକ କୃଷି ସେବା ସମବାୟ ସମିତି ଜରିଆରେ ଧାନ ସଂଗ୍ରହ ପାଇଁ ୮୯ ଗୋଟି ମଣ୍ଡି ଖୋଲା ଯାଇଥିଲା । ତେବେ ଜିଲାର ୧୦ ବ୍ଲକର ୧୭ ମଣ୍ଡିରେ ଆଂଶିକ ପରିମାଣରେ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ମହିଳା ଏସ୍‌ଏଚ୍‌ଜିଙ୍କୁ ଟ୍ୟାଗ୍‌ କରାଯାଇଥିଲା । ତେବେ ମହିଳା ଏସ୍‌ଏଚ୍‌ଜି ଏହି ଧାନ ସଂଗ୍ରହ ପ୍ରକ୍ରିୟାରେ ଗତ ୨୬ ତାରିଖ ସୁଦ୍ଧା ୨ ଲକ୍ଷ ୩୨ ହଜାର ୪୫୫ କୁଇଣ୍ଟାଲ ଧାନ ସଂଗ୍ରହ କରିସାରିଛନ୍ତି। ଏହି ୧୭ଟି ମହିଳା ଏସ୍‌ଏଚ୍‌ଜିକୁ ଚଳିତ ରବି ଋତୁରେ ବିଭିନ୍ନ ମଣ୍ଡିରୁ ୨ ଲକ୍ଷ ୫୧ ହଜାର ୮୬୯ କୁଇଣ୍ଟାଲ ଧାନ ସଂଗ୍ରହ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri