Posted inଖେଳ

ମହିଳା କ୍ରିକେଟ ଦଳ ଲାଗି ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତ ହେବେ

ନୂଆଦିଲ୍ଲୀ,୧୧।୯(ପି.ଟି.)- ଜାତୀୟ ମହିଳା କ୍ରିକେଟ ଦଳ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରଫର୍ମାନ୍ସ ଆନାଲିଷ୍ଟ ବା ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତି ଦେବ। ଏ ନେଇ ବୋର୍ଡ ଦରଖାସ୍ତ ଆହ୍ବାନ କରିଛି। ଟିମ୍‌ ମ୍ୟାନେମେଣ୍ଟ ଏହି ପଦର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛି। ସେପ୍ଟେମ୍ବର ୨୦କୁ ଆବେଦନ ଦାଖଲ କରିବାର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ପରଫର୍ମାନ୍ସ ଆନାଲିଷ୍ଟଙ୍କ ବୟସ ୬୦ ବର୍ଷରୁ ଅଧିକ ହୋଇ ନ ଥିବ ବୋଲି କୁହାଯାଇଛି। ତଥ୍ୟକୁ ଭିତ୍ତି କରି ଆନାଲିଷ୍ଟ ତାଙ୍କର କାର୍ଯ୍ୟ କରିବେ ବୋଲି ବିସିସିଆଇ କହିଛି। ଖେଳାଳିମାନଙ୍କ ବୈଷୟିକ ଓ ଯୋଜନା ସମ୍ପର୍କିତ ଦୃଷ୍ଟିକୋଣକୁ ବୁଝିବା ଓ ଏହାକୁ ଆହୁରି ଦୃଢ଼ କରିବା ପାଇଁ ପରଫର୍ମାନ୍ସ ଆନାଲିଷ୍ଟ କୋଚିଂ ଷ୍ଟାଫ୍‌ଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ କରିବେ। ଏଥି ସହିତ ମ୍ୟାଚ୍‌ ପୂର୍ବରୁ ସବୁ ପ୍ରକାର ପ୍ରସ୍ତୁତିରେ ପରଫର୍ମାନ୍ସ ଆନାଲିଷ୍ଟ ସହଯୋଗ କରିବେ। ପୁଣି ପ୍ରତିପକ୍ଷ ଦଳ ଓ ଖେଳାଳିଙ୍କ ଦୁର୍ବଳତା ଓ ଦକ୍ଷତାକୁ ଆନାଲିଷ୍ଟ ବିଶ୍ଳେଷଣ କରି ନିଜ ଖେଳାଳିମାନଙ୍କୁ ଏ ସଂକ୍ରାନ୍ତରେ ଅବଗତ କରାଇବେ ବୋଲି ବୋର୍ଡ ତରଫରୁ କୁହାଯାଇଛି।
ଏହି ପଦ ପାଇଁ ଆବେଦନ କରୁଥିବା ବ୍ୟକ୍ତିଙ୍କର କୌଣସି ରାଜ୍ୟସ୍ତରୀୟ ସିନିୟର ଦଳ କିମ୍ବା ଆହୁରି ଉଚ୍ଚସ୍ତରର ଦଳ ସହ କାର୍ଯ୍ୟ କରିବାରେ ଅତିକମ୍‌ରେ ୩ ବର୍ଷ ଅଭିଜ୍ଞତା ରହିଥିବ। ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଘରୋଇ ସିରିଜ ପୂର୍ବରୁ ପରଫର୍ମାନ୍ସ ଆନାଲିଷ୍ଟଙ୍କୁ ନିଯୁକ୍ତି ଦିଆଯିବ। ସୁରଟରେ ଏହି ସିରିଜ ଖେଳାଯିବ। ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ପ୍ରଥମ ଆନାଲିଷ୍ଟ ଭବେ ଆରତୀ ନାଲ୍‌ଗେ ୨୦୧୪ରୁ ୨୦୧୮ ମଧ୍ୟରେ କାର୍ଯ୍ୟ କରିଥିଲେ। ସେତେବେଳେ ସେ ଯୋଜନା ପ୍ରସ୍ତୁତ କରିବା ସହ ଓ୍ବାଗନ ହ୍ବିଲ୍‌ ଓ ପ୍ରତିପକ୍ଷ ଖେଳାଳିଙ୍କ ଭିଡିଓ ଦେଖାଇବାର କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri