ମହିଳା ଛିଙ୍କି ଦେବାରୁ ଦୋକାନୀ ଫିଙ୍ଗିଦେଲେ ୨୬ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ

ଓ୍ବାଶିଂଟନ୍‌: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏନେଇ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ରହୁଛନ୍ତି। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପଡ଼ିଲେ ଘରୁ ବାହାରକୁ ଯିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। କରୋନାକୁ ନେଇ ଲୋକେ ଏତେମାତ୍ରାରେ ଭୟଭୀତ ହୋଇଯାଇଛନ୍ତି କି କେହି ଛିଙ୍କିଲେ କିମ୍ବା କାଶିଲେ ମନରେ ଭୟ ସୃଷ୍ଟି ହେଉଛି।
ଆମେରିକାର ପେନ୍‌ସିଲ୍‌ଭାନିଆରେ ଏଭଳି ଏକ ଘଟଣା ଘଟିଛି। ଏଠାରେ ଜଣେ ମହିଳା ଦୋକାନ ଭିତରେ ଛିଙ୍କି ଦେବାରୁ ଦୋକାନୀ ସମସ୍ତ ସାମଗ୍ରୀ ବାହାରକୁ ଫିଙ୍ଗି ଦେଇଥିଲେ। ଏହି ସାମଗ୍ରୀର ମୂଲ୍ୟ ୩୫ ହଜାର ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ପ୍ରାୟ ୨୬ ଲକ୍ଷ ଟଙ୍କା ବୋଲି କୁହାଯାଉଛି। ଦୋକାନରେ କାମ କରୁଥିବା ଜଣେ କର୍ମଚାରୀ କହିଛନ୍ତି, ମହିଳା ଦୋକାନରେ ପ୍ରବେଶ କରିବା ପରେ ବେକେରୀ ଦ୍ରବ୍ୟ ନିକଟକୁ ଆସିବା ମାତ୍ରେ ଛିଙ୍କିଥିଲେ। ସେଠାରେ ମାଂସ ଏବଂ ଖାଦ୍ୟ ସାମଗ୍ରୀ ମଧ୍ୟ ରଖାଯାଇଥିଲା। ଫଳରେ କରୋନା ଭୂତାଣୁର ଆଶଙ୍କା କରି ସଙ୍ଗେ ସଙ୍ଗେ ସମସ୍ତ ଜିନିଷକୁ ଦୋକାନରୁ ବାହାରକୁ ଫିଙ୍ଗି ଦିଆଯାଇଥିଲା। ଏଥି ସହିତ ଦୋକାନକୁ ଭଲ ଭାବରେ ସଫା କରାଯାଇଥିଲା। ମହିଳା ଛିଙ୍କିବା ପରେ ଦୋକାନ ମାଲିକ ତୁରନ୍ତ ପୋଲିସକୁ ଡାକିଥିଲେ। ପୋଲିସ ପହଞ୍ଚି ସଂପୃକ୍ତା ମହିଳାଙ୍କୁ ଗିରଫ କରିଛି।
ଏକ ରିପୋର୍ଟ ଅନୁଯାୟୀ, ମହିଳା ଜଣକ ଉଦ୍ଦେଶ୍ୟମୂଳକ ଭାବେ କୁଆଡ଼େ ଏପରି କରିଥିଲେ। ମହିଳାଙ୍କ ନାମରେ ଅପରାଧିକ ମାମଲା ରୁଜୁ କରାଯିବ ବୋଲି ପୋଲିସ କହିଛି। କୁହାଯାଉଛି, ସେ କରୋନା ପଜିଟିଭ୍‌ ନୁହନ୍ତି। ତଥାପି ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri