Posted inଖେଳ

ମହିଳା ଟି୨୦ ଚ୍ୟାଲେଞ୍ଜ: ସୁପରନୋଭାସ ଚାମ୍ପିୟନ

ଜୟପୁର, ୧୨।୫- ଅଧିନାୟିକା ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ସୁପରନୋଭାସ ଚଳିତ ବର୍ଷର ମହିଳା ଟି୨୦ ଚ୍ୟାଲେଞ୍ଜ ଟାଇଟଲ ହାସଲ କରିଛି। ଶନିବାର ଅନୁଷ୍ଠିତ ଫାଇନାଲରେ ସୁପରନୋଭାସ ୪ ଉଇକେଟରେ ଭେଲୋସିଟିକୁ ପରାସ୍ତ କରିଛି। ଭେଲୋସିଟି ପକ୍ଷରୁ ଧାର୍ଯ୍ୟ ୧୨୨ ରନ ବିଜୟ ଲକ୍ଷ୍ୟକୁ ସୁପରନୋଭାସ ୨୦ ଓଭରରେ ୬ ଉଇକେଟ ହରାଇ ହାସଲ କରି ନେଇଥିଲା।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିତ୍ବା ଭେଲୋସିଟି ପ୍ରାରମ୍ଭିକ ଓ ମିଡଲ ଅର୍ଡର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୩୭ ରନରେ ୫ଟି ଉଇକେଟ ହରାଇଥିଲା। ଶେଷଭାଗରେ ସୁଷମା ବର୍ମା ଓ ଆମେଲିଆ କେର ଦ୍ରୁତ ରନ ସଂଗ୍ରହ କରିବାରୁ ଭେଲୋସିଟି ସମ୍ମାନଜନକ ସ୍କୋରରେ ପହଞ୍ଚତ୍ଥିଲା। କେର୍‌ ୩୮ ବଲ୍‌ରୁ ୩୬(୪ ଚୌକା) ରନ କରି ଆଉଟ ହୋଇଥିବାବେଳେ ସୁଷମା ୩୨ ବଲ୍‌ରୁ ୪୦(୩ ଚୌକା, ୧ ଛକା) ରନରେ ଅପରାଜିତ ରହିଥିଲେ। ସୁପରନୋଭାସ ବୋଲରଙ୍କ ମଧ୍ୟରୁ ଲିଆ ଟାହୁହୁ ୨ଟି ଏବଂ ଅନୂଜା ପାଟିଲ, ସୋଫି ଡେଭିନ, ନାତାଲି ସ୍କିଭର ଓ ପୁନମ ଯାଦବ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଜବାବରେ ସୁପରନୋଭାସ ମଧ୍ୟ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇଥିଲେ ହେଁ ହରମନପ୍ରୀତଙ୍କ ଅର୍ଦ୍ଧଶତକ ସହାୟତାରେ ବିଜୟ ଲକ୍ଷ୍ୟରେ ପହଞ୍ଚତ୍ ପାରିଥିଲା। ଶେଷ ବଲ୍‌ରୁ ବିଜୟ ପାଇଁ ୧ ରନ ଆବଶ୍ୟକ ହେଉଥିବାବେଳେ ରାଧା ଯାଦବ ଚୌକା ମାରି ଉତ୍କଣ୍ଠାର ଅବସାନ ଘଟାଇଥିଲେ। ସେ ୪ ବଲ୍‌ରୁ ୧୦ ରନ କରି ଅପରାଜିତ ରହିଥିଲେ। ହରମନପ୍ରୀତ ୩୭ ବଲ୍‌ ଖେଳି ୪ ଚୌକା ଓ ୩ ଛକା ସହାୟତାରେ ସର୍ବାଧିକ ୫୧ ରନ କରିଥିବାବେଳେ ପ୍ରିୟା ପୁନିଆ ୨୯ ଓ ଜେମିମା ରୋଡ୍ରିଗ୍ବେଜ ୨୨ ରନର ଉପଯୋଗୀ ଇନିଂସ ଖେଳିଥିଲେ। ଭେଲୋସିଟି ପକ୍ଷରୁ ଜହରନା ଆଲାମ ଓ ଆମେଲିଆ କେର ୨ଟି ଲେଖାଏ ଏବଂ ଦେବିକା ବୈଦ୍ୟ ଗୋଟିଏ ଉଇକେଟ ନେଇଥିଲେ। ମ୍ୟାଚ ବିଜୟୀ ଇନିଂସ ପାଇଁ ହରମନପ୍ରୀତ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଜେମିମା ରୋଡ୍ରିଗ୍ବେଜ ପ୍ଲେୟର ଅଫ ଦି ସିରିଜ ପୁରସ୍କାର ପାଇଥିଲେ।
ସଂକ୍ଷିପ୍ତ ସ୍କୋର
ଭେଲୋସିଟି ୨୦ ଓଭରରେ ୧୨୧/୬(ସୁଷମା-୪୦*, କେର୍‌-୩୬, ତାହୁହୁ-୨/୨୧)।
ସପରନୋଭାସ ୨୦ ଓଭରରେ ୧୨୫/୬(ହରମନପ୍ରୀତ-୫୧, ପ୍ରିୟା-୨୯, ଜେମିମା-୨୨, ଜହନରା-୨/୨୧, କେର୍‌-୨/୨୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri