Posted inଖେଳ

ମହିଳା ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ: ଭାରତ-ଅଷ୍ଟ୍ରେଲିଆ ଫାଇନାଲ ଆଜି

ମେଲବୋର୍ନ, ୧୨।୨ (ପି.ଟି.)- ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜର ଫାଇନାଲରେ ଆୟୋଜକ ଅଷ୍ଟ୍ରେଲିଆ ବୁଧବାର ଭାରତକୁ ଭେଟିବ। ଏହି ପ୍ରତିଯୋଗିତାରେ ହର୍‌ମନପ୍ରୀତ୍‌ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମୋଟ୍‌ ୪ ମ୍ୟାଚ୍‌ ଖେଳି ୨ଟି ଲେଖାଏ ବିଜୟ ଓ ପରାଜୟ ସହ ୪ ପଏଣ୍ଟ ପାଇ ଫାଇନାଲକୁ ପ୍ରବେଶ କରିଛି। ନିଜର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୭ ଉଇକେଟ୍‌ରେ ପରାସ୍ତ କରିଥିବାରୁ ଭାରତ ଏହି ପ୍ରଦର୍ଶନକୁ ଫାଇନାଲରେ ଦୋହରାଇବା ଲକ୍ଷ୍ୟରେ ରହିଛି। ଅପରପକ୍ଷରେ ଘରୋଇ ଅଷ୍ଟ୍ରେଲିଆ ମଧ୍ୟ ସମାନ ସଂଖ୍ୟକୁ ମ୍ୟାଚ୍‌ରୁ ୪ ପଏଣ୍ଟ ପାଇ ଟେବୁଲ ଶୀର୍ଷରେ ରହିଥିଲା। ତୃତୀୟ ଦଳ ଭାବେ ଅଂଶଗ୍ରହଣ କରିଥିବା ଇଂଲଣ୍ଡ ୪ ପଏଣ୍ଟ ପାଇଥିଲେ ମଧ୍ୟ ରନ୍‌ରେଟ୍‌ ଆଧାରରେ ଫାଇନାଲ ଖେଳିବାରୁ ବଞ୍ଚତ୍ତ ହୋଇଛି। ଉଲ୍ଲେଖନୀୟ କଥା ହେଉଛି ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଫେବୃୟାରୀ ୨୧ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଉଭୟ ଅଷ୍ଟ୍ରେଲିଆ ଓ ଭାରତ ପରସ୍ପରକୁ ଭେଟିବେ।
ଦୁର୍ବଳ ବ୍ୟାଟିଂ ଭାରତୀୟ ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରଥମ ୩ଟି ମ୍ୟାଚ୍‌ରେ ଭାରତୀୟ ବ୍ୟାଟିଂ ଫେଲ୍‌ ମାରିଥିଲା। କିନ୍ତୁ ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଖେଳାଳିମାନେ ଶ୍ରେଷ୍ଠ ପ୍ରଦର୍ଶନ କରି ଅଷ୍ଟ୍ରେଲିଆକୁ ୭ ଉଇକେଟ୍‌ରେ ପରାସ୍ତ କରିବାରେ ସଫଳ ହୋଇଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଧାର୍ଯ୍ୟ ୧୭୩ ରନର ଚ୍ୟାଲେଞ୍ଜିଂପୂର୍ଣ୍ଣ ଟାର୍ଗେଟ୍‌କୁ ଭାରତ ୧୯.୪ ଓଭରରେ ହାସଲ କରନେଇଥିଲା। ୧୬ ବର୍ଷୀୟା ଶେଫାଳି ବର୍ମା (୪୯ ରନ, ୨୮ ବଲ୍‌) ଓ ସ୍ମୃତି ମାନ୍ଧନା (୫୫ ରନ, ୪୮ ବଲ)ଙ୍କ ଉପଯୋଗୀ ଇନିଂସ ଭାରତକୁ ଜିତାଇବାରେ ସହାୟକ ହୋଇଥିଲା। ଫାଇନାଲରେ ମଧ୍ୟ ଏହି ଭଳି ବ୍ୟାଟିଂ ଟିମ୍‌ ମ୍ୟାନେଜମେଣ୍ଟ ଆଶା ରଖିଛି। ଜେମିମା ରୋଡ୍ରିଗ୍ବେଜ (୩୦ ରନ, ୧୯ ବଲ୍‌) ମଧ୍ୟ ଏହି ମ୍ୟାଚ୍‌ରେ ଭଲ ବ୍ୟାଟିଂ କରିଥିଲେ। ସେହିଭଳି ପ୍ରତିଯୋଗିତା ସାରା ପ୍ରଭାବୀ ବୋଲିଂ କରିଥିବା ଦୀପ୍ତି ଶର୍ମା ଓ ରାଜେଶ୍ୱରୀ ଗାଏକ୍ୱାଡ ମଧ୍ୟ ଅଷ୍ଟ୍ରେଲୀୟ ବ୍ୟାଟ୍ସଓମ୍ୟାନଙ୍କ ଉପରେ ଅଙ୍କୁଶ ଲଗାଇବା ଲକ୍ଷ୍ୟରେ ରହିଛନ୍ତି। ଅପରପକ୍ଷରେ ବେର୍ଥ ମୁନୀ, ଆସଲେଇଘ ଗାର୍ଡନର, ଏଲିସେ ପେରୀ, ଅଧିନାୟିକା ମେଗ୍‌ ଲାନ୍ନିଂଙ୍କ ପରି ପ୍ରାରମ୍ଭିକ ବ୍ୟାଟ୍ସଓମ୍ୟାନଙ୍କୁ ନେଇ ଅଷ୍ଟ୍ରେଲିଆ ବ୍ୟାଟିଂ ଲାଇନ୍‌ ଅପ୍‌ ବେଶ୍‌ ଶକ୍ତିଶାଳୀ। ଗାର୍ଡନର ଭାରତ ବିପକ୍ଷ ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ୫୭ ବଲରୁ ୯୩ ରନର ମାରାଥନ ଇନିଂସ ଖେଳିଥିଲେ ମଧ୍ୟ ତାହା ବୃଥା ଯାଇଥିଲା। ଦୁଇ ଦଳର ବ୍ୟାଟିଂ ଲାଇନ୍‌ ଅପ୍‌ ଦୃଢ଼ ଥିବାରୁ ଫାଇନାଲ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।

ମ୍ୟାଚ୍‌ ଆରମ୍ଭ: ସକାଳ ୮ଟା ୧୦,
ପ୍ରସାରଣ: ଷ୍ଟାର୍‌ ସ୍ପୋଟର୍‌ସ ନେଟ୍‌ଓ୍ବର୍କ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

Lionel Messi India Tour: ଭାରତ ଗସ୍ତର ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ଫୁଟବଲ କିମ୍ବଦନ୍ତୀ ମେସି

ନୂଆଦିଲ୍ଲୀ,୧୫।୧୨: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ଜଣେ ଭାବରେ ବିବେଚିତ ଲିଓନେଲ ମେସି (GOAT Tour of India 2025), ସୋମବାର ଦିଲ୍ଲୀରେ ଅନେକ...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ରନ ଆଉଟ ହୋଇଥିବା ୫ ଜଣ ବ୍ୟାଟସମ୍ୟାନ: ଏହି ଭାରତୀୟ ଖେଳାଳି ୫୩ ଥର ହୋଇଛନ୍ତି ରନ ଆଉଟ

ନୂଆଦିଲ୍ଲୀ,୧୫।୧୨: ରନ ଆଉଟ ହେବା କ୍ରିକେଟର ସବୁଠାରୁ ହତାଶାଜନକ ମୁହୂର୍ତ୍ତ ମଧ୍ୟରୁ ଗୋଟିଏ, ଏବଂ କେତେକ ସମୟରେ, ବ୍ୟାଟସମ୍ୟାନମାନେ ଗୋଟିଏ ବଲ ମଧ୍ୟ ନ ଖେଳି...

ବର୍ଷ ସରୁ ସରୁ ଇତିହାସ ରଚିଲା ଭାରତ, ଜିତିଲା ବିଶ୍ୱକପ

ନୂଆଦିଲ୍ଲୀ,୧୫।୧୨: ୨୦୨୫ ଶେଷ ହେବା ପୂର୍ବରୁ ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଭାରତୀୟ ସ୍କ୍ବାସ ଦଳ ୨୦୨୫ ସ୍କ୍ବାସ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri