Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ପତ୍ନୀଙ୍କ ଲାଗି ଆଗୁଆ ସ୍ବଦେଶ ଫେରିିଲେ ଷ୍ଟାର୍କ

ମେଲବୋର୍ନ,୬।୩- ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ପୋଚେପ୍‌ଷ୍ଟ୍ରୁମ ଦିନିକିଆରେ ଖେଳିବେ ନାହିଁ ଅଷ୍ଟ୍ରେଲିଆ ପେସର ମିଚେଲ ଷ୍ଟାର୍କ। ସେ ରବିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଦେଖିବା ଲାଗି ସ୍ବଦେଶ ଗସ୍ତ କରିବେ। ଅଷ୍ଟ୍ରେଲିଆ ଦଳରେ ତାଙ୍କ ସ୍ତ୍ରୀ ଆଲିସା ହେଲି ପ୍ରତିନିଧିତ୍ୱ କରୁଛନ୍ତି। ଷ୍ଟାର୍କ ଶୁକ୍ରବାର ଅଷ୍ଟ୍ରେଲିଆ ଅଭିମୁଖେ ଯାତ୍ର କରିବେ। ଏହା ଦ୍ୱାରା ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଷ୍ଟାର୍କଙ୍କୁ ଫ୍ରେସ ହେବା ଲାଗି ସମୟ ମିଳିବ ବୋଲି ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗର କହିଛନ୍ତି। ସ୍ତ୍ରୀ ଆଲିସାଙ୍କୁ ଅଷ୍ଟ୍ରେଲିଆରେ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ଦେଖିବାର ଷ୍ଟାର୍କଙ୍କୁ ଜୀବନରେ ଥରେ ସୁଯୋଗ ମିଳିଛି। ଏହି ଅବସରରେ ସ୍ତ୍ରୀଙ୍କୁ ସମର୍ଥନ କରିବା ଲାଗି ଆମେ ତାଙ୍କୁ ସ୍ବଦେଶ ଫେରିବାକୁ ଅନୁମତି ଦେଇଛୁ। ଏ ସମ୍ପର୍କରେ ଆମେ ବହୁ ଆଗରୁ କଥା ହୋଇଥିଲୁ। ୩ ଫର୍ମାଟରେ ଖେଳୁଥିବା ଷ୍ଟାର୍କଙ୍କୁ ମଧ୍ୟ ବ୍ରେକ ଦରକାର ଥିଲା ବୋଲି କୋଚ୍‌ ଲାଙ୍ଗର କହିଛନ୍ତି। ଆମ ନିକଟରେ ବିକଳ୍ପ ଦ୍ରୁତ ବୋଲରଙ୍କ ଅଭାବ ନାହିଁ । ଜୋଶ ହାଜେଲଉଡ, ଝେ ରିଚାର୍ଡସନ ଓ କେନ ରିଚାର୍ଡସନ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକଆ ମ୍ୟାଚ୍‌ ଖେଳି ନ ଥିଲେ। ଷ୍ଟାର୍କଙ୍କ ଅନୁପସ୍ଥିତିରେ ଏମାନଙ୍କ ମଧ୍ୟରେ ଜଣେ କେହି ଖେଳିବାକୁ ସୁଯୋଗ ପାଇବେ ବୋଲି ସେ ପ୍ରକାଶ କରିଛନ୍ତି। ଉଭୟ ମ୍ୟାଚ୍‌ ଖେଳିଥିବା ଷ୍ଟାର୍କ ମାତ୍ର ୩ ଉଇକେଟ ନେଇପାରିଥିଲେ। ଅନ୍ୟପକ୍ଷରେ ହେଲି ବିଶ୍ୱକପ୍‌ରେ ଫର୍ମକୁ ଫେରିଛନ୍ତି। ସେ ଭାରତ ବିପକ୍ଷ ଲିଗ୍‌ ମ୍ୟାଚ୍‌ରେ ୫୧ ଓ ବାଂଲାଦେଶ ବିପକ୍ଷରେ ୮୧ ରନ୍‌ କରିଥିଲେ। ଭାରତ ବିପକ୍ଷ ଫାଇନାଲରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri