Posted inଖେଳ

ମହିଳା ଟି୨୦: ଭାରତ ସିରିଜ ବିଜୟୀ

ସୁରଟ,୨।୧୦(ପି.ଟି.)- ୧୫ ବର୍ଷୀୟା ସେଫାଳି ବର୍ମାଙ୍କ ଉପଯୋଗୀ ବ୍ୟାଟିଂ ଓ ପୁନମ ଯାଦବଙ୍କ ଦମ୍‌ଦାର ବୋଲିଂ ବଳରେ ଭାରତୀୟ ମହିଳା ଦଳ ମଙ୍ଗଳବାର ଏଠାରେ ଅନୁଷ୍ଠିତ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୫୧ ରନରେ ପରାସ୍ତ କରିଛି। ଏଥିସହ ୫ ମ୍ୟାଚ୍‌ ବିଶିଷ୍ଟ ଏହି ଟି୨୦ ସିରିଜରେ ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଓଦା ଆଉଟ ଫିଲ୍ଡ ଯୋଗୁ ଖେଳ ଆରମ୍ଭରେ ବିଳମ୍ବ ହୋଇଥିଲା ଓ ମ୍ୟାଚ୍‌କୁ ୧୭ ଓଭର ବିଶିଷ୍ଟ କରାଯାଇଥିଲା। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ୪ ଉଇକେଟ ହରାଇ ୧୪୦ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ସେଫାଳି ସର୍ବାଧିକ ୪୬, ଜେମିମା ରୋଡ୍ରିଗୁଏଜ୍‌ ୩୩, ସ୍ମୃତି ମନ୍ଧାନା ୧୩, ଅଧିନାୟିକା ହରମନପ୍ରୀତ କୌର ୧୬ ରନ କରି ଆଉଟ ହୋଇଥିବା ବେଳେ ଦୀପ୍ତି ଶର୍ମା ୨୦ ଓ ପୂଜା ବସ୍ତ୍ରକାର ୫ ରନ କରି ଅପରାଜିତ ରହିଥିଲା। ଦକ୍ଷିଣ ଆଫ୍ରିକାର ନାଡିନ ଡି କ୍ଲର୍କ ୨ ଉଇକେଟ ନେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକା ୭ ଉଇକେଟ ହରାଇ ୮୯ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ବୋଲିଂରେ ଭାରତର ପୁନମ ଯାଦବ ୩ ଓ ରାଧା ଯାଦବ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri