Posted inଖେଳ

ମହିଳା ଟି୨୦: ଭାରତ ୫ ଉଇକେଟ୍‌ରେ ବିଜୟୀ

ସୁରତ, ୪।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ୫ମ ଟି୨୦ ମ୍ୟାଚ୍‌କୁ ଭାରତ ୫ ଉଇକେଟ୍‌ରେ ଜିତିନେଇଛି। ଫଳରେ ୬ ମ୍ୟାଚ୍‌ବିଶିଷ୍ଟ ସିରିଜରେ ଘରୋଇ ଭାରତୀୟ ଦଳ ଏବେ ୩-୦ରେ ଅଗ୍ରଣୀ ଲାଭ କରିଛି। ପୂର୍ବରୁ ବର୍ଷା କାରଣରୁ ସିରିଜର୨ୟ ଓ ୩ୟ ମ୍ୟାଚ୍‌ ବାତିଲ ହୋଇଯାଇଥିଲା। ସିରିଜର ଅନ୍ତିମ ତଥା ୬ଷ୍ଠ ମ୍ୟାଚ୍‌ ଶୁକ୍ରବାର ଏଠାରେ ଖେଳାଯିବ।
ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟିକା ହରମନପ୍ରୀତ କୌର ଟସ୍‌ ଜିତି ଦକ୍ଷିଣ ଆଫ୍ରିକାକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ଦକ୍ଷିଣ ଆଫ୍ରିକା ୮ ଉଇକେଟ୍‌ ହରାଇ ୯୮ ରନ କରିଥିଲା। ଭାରତ ପକ୍ଷରୁ ରାଧା ଯାଦବ ୩ ଓ ଦୀପ୍ତି ଶର୍ମା ୨ ଉଇକେଟ୍‌ ନେଇଥିଲେ। ଜବାବରେ ଭାରତ ଅଧିନାୟିକା କୌରଙ୍କ ଅପରାଜିତ ୩୪ ରନ ବଳରେ ୧୭.୧ ଓଭରରେ ୫ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଓପନର୍‌ ଶେଫାଳି ବର୍ମା ୧୪ ଓ ଦୀପ୍ତି ୧୬ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?