Posted inଖେଳ

ମହିଳା ତ୍ରି-ରାଷ୍ଟ୍ରୀୟ କ୍ରିକେଟ୍‌: ଶୀର୍ଷକୁ ଉଠିବା ଲକ୍ଷ୍ୟରେ ଭାରତ

ମେଲବୋର୍ନ, ୬।୨ (ପି.ଟି.): ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବା ଲାଗି ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ୍‌ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଶୁକ୍ରବାର ଇଂଲଣ୍ଡକୁ ଭେଟିବ। ଭାରତ ବର୍ତ୍ତମାନ ସୁଦ୍ଧା ପ୍ରତିଯୋଗିତାରେ ଦୁଇ ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୨ ପଏଣ୍ଟ ପାଇ ରନ୍‌ରେଟ୍‌ ଆଧାରରେ ଅଷ୍ଟ୍ରେଲିଆ ପଛକୁ ୨ୟ ସ୍ଥାନରେ ରହିଛି। ତେଣୁ ଏହି ମ୍ୟାଚ୍‌କୁ ଜିତି ହରମନ୍‌ପ୍ରୀତ୍‌ କୌରଙ୍କ ନେତୃତ୍ୱାଧୀନ ଭାରତ ପଏଣ୍ଟ ଟେବୁଲର ଶୀର୍ଷକୁ ଉଠିବାକୁ ଲକ୍ଷ୍ୟ ରଖିଛି। ତେବେ ବ୍ୟାଟିଂ ଭାରତ ପାଇଁ ଚିନ୍ତାର କାରଣ ହୋଇଛି। ଅଷ୍ଟ୍ରେଲିଆ ବିପକ୍ଷ ପୂର୍ବ ମ୍ୟାଚ୍‌ରେ ଓପନର୍‌ ସ୍ମୃତି ମାନ୍ଧନା (୩୫) ଓ ଅଧିନାୟିକା ହର୍‌ମନପ୍ରୀତ୍‌ (୨୮)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ। ଏପରିକି ୮ଜଣ ବ୍ୟାଟ୍ସଓମ୍ୟାନ ଦୁଇ ଅଙ୍କ ଛୁଇଁପାରି ନ ଥିଲେ। ଫଳରେ ଭାରତ ଏହାର ଅନ୍ତିମ ୬ ଉଇକେଟ୍‌ ମାତ୍ର ୨୧ ରନରେ ହରାଇଥିଲା। ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତର ଦୁଇ ଷ୍ଟାର୍‌ ଖେଳାଳି ବିବେଚନା କରାଯାଉଥିବା ଶେଫାଳୀ ବର୍ମା (୫ ରନ, ୩ ବଲ) ଓ ଜେମିମା ରୋଡ୍ରିଗ୍ବେଜ (୧ ରନ, ୧୧ ବଲ୍‌) ନିରାଶ କରିଥିଲେ। ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ଏହି ତ୍ରୁଟିକୁ ସୁଧାରିବା ଲକ୍ଷ୍ୟରେ ରହିଛି। ଅପରପକ୍ଷରେ ଭାରତ ନିକଟରୁ ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡ ୫ ଉଇକେଟ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ମ୍ୟାଚ୍‌ରେ ସୁପର୍‌ ଓଭରେ ଆୟୋଜକ ଅଷ୍ଟ୍ରେଲିଆକୁ ହରାଇଥିଲା। ଶୁକ୍ରବାର ମ୍ୟାଚ୍‌ରେ ଭାରତକୁ ହରାଇ ଇଂଲଣ୍ଡ ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିଛି। ଇଂଲଣ୍ଡ ଏହି ମ୍ୟାଚ୍‌ ଜିତିଲେ ଟେବୁଲର ଶୀର୍ଷକୁ ଉଠିବାର ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri