ପ୍ୟାରିସ,୨୧।୬(ଏଏଫ୍ପି)- ମ୍ୟାଚ୍ର ଅତିରିକ୍ତ ମିନିଟ୍ରେ ଆଜାରା ନଚଟଙ୍କ ଗୋଲ ଯୋଗୁ କାମେରୁନ ୨-୧ ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଏହି ରୋମାଞ୍ଚକ ବିଜୟ ସହ କାମେରୁନ ଦଳ ଚଳିତ ମହିଳା ଫିଫା ବିଶ୍ୱକପ୍ର ନକ୍ଆଉଟ୍ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ଧାର୍ଯ୍ୟ ୯୦ ମିନିଟ୍ ଶେଷ ପରେ ମ୍ୟାଚ୍ ରେଫରି ଅତିରିକ୍ତ ୫ ମିନିଟ୍ ଦେଇଥିଲେ। ସମୟ ଶେଷ ହେବାର ୧୦ ସେକେଣ୍ଡ ପୂର୍ବରୁ ନଚଟଙ୍କ ଗୋଲ କାମେରୁନକୁ ମ୍ୟାଚ୍ ଜିତାଇ ଦେଇଥିଲା। ଏଥିପୂର୍ବରୁ ସେ ମ୍ୟାଚ୍ର ୫୭ ମିନିଟ୍ରେ ଦଳ ଲାଗି ପ୍ରଥମ ଗୋଲ ସ୍କୋର କରିଥିଲେ। ଜବାବରେ କାମେରୁନ ଖେଳାଳି ଅରେଲ ଅବୋନା ଆତ୍ମଘାତୀ ଗୋଲ ଦେଇଥିଲେ। ବିଜୟ ଯୋଗୁ କାମେରୁନ ୩ ପଏଣ୍ଟ ସହ ଗ୍ରୁପ ଇ’ର ୩ୟ ସ୍ଥାନ ହାସଲ କରିଛି। ୧୬ ଦଳ ବିଶିଷ୍ଟ ନକ୍ଆଟ୍ ପର୍ଯ୍ୟାୟରେ ୬ ଗ୍ରୁପ୍ର ଶୀର୍ଷ ଦୁଇ ଦଳ ଓ ସର୍ବାଧିକ ପଏଣ୍ଟ ସହ ୩ୟ ସ୍ଥାନରେ ଥିବା ୪ ଦଳ ପ୍ରି-କ୍ୱାର୍ଟର ଫାଇନାଲ ମ୍ୟାଚ୍ ଖେଳିବ।
ଦଣ୍ଡିତ ହେଲା ପାକିସ୍ତାନ ଦଳ
ଦୁବାଇ,୧୪ା୯: ବର୍ମିଂହାମ୍ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…
ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ
ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…
ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧
ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…
ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI
ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…
‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି
ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…
ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ
ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…
ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍, ଜାଣନ୍ତୁ…
ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…
Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…
ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

