Posted inଖେଳ

ମହିଳା ଫିଫା ବିଶ୍ୱକପ୍‌:ଫାଇନାଲରେ ନେଦରଲାଣ୍ଡ-ଆମେରିକା

ଲିଓନ,୪।୭(ଏଏଫ୍‌ପି)- ଏଠାରେ ଖେଳାଯାଇଥିବା ସ୍ବିଡେନ ବିପକ୍ଷ ସେମିଫାଇନାଲକୁ ଜ୍ୟାକି ଗ୍ରୋନେନଙ୍କ ଗୋଲ ଯୋଗୁ ନେଦରଲାଣ୍ଡ ୧-୦ ବ୍ୟବଧାନରେ ଜିତିନେଇଛି। ଏହି ବିଜୟ ସହ ଚଳିତ ମହିଳା ଫିଫା ବିଶ୍ୱକପ୍‌ରେ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ୩ ଥର ତଥା ଡିଫେଣ୍ଡିଂ ଚାମ୍ପିୟନ ଆମେରିକା ଓ ୟୁରୋପିଆନ ଚାମ୍ପିୟନ ନେଦରଲାଣ୍ଡ ମଧ୍ୟରେ ବିଶ୍ୱକପ୍‌ ଲଢ଼େଇ ହେବ। ୯୦ ମିନିଟ୍‌ ପର୍ଯ୍ୟନ୍ତ ମ୍ୟାଚ୍‌ ଗୋଲ ଶୂନ୍ୟ ରହିଥିଲା। ଅତିରିକ୍ତ ସମୟ ତଥା ୯୯ ତମ ମିନିଟ୍‌ରେ ଭାନ ଡେ ଡଙ୍କଙ୍କଠାରୁ ମିଳିଥିବା ପାସ୍‌କୁ ମିଡ୍‌ଫିଲ୍ଡର ଗ୍ରୋନେନ ଗୋଲରେ ପରିଣତ କରିଥିଲେ। ଏହାପରେ ମ୍ୟାଚ୍‌କୁ ବରାବର କରିବାକୁ ସକ୍ଷମ ହୋଇ ନ ଥିଲା ୨୦୦୩ ବିଶ୍ୱକପ୍‌ ଉପବିଜେତା ସ୍ବିଡେନ। ପୂର୍ବତନ ଚାମ୍ପିୟନ ଜାପାନ ଓ ପରେ ଇଟାଲିକୁ ପୂର୍ବ ଦୁଇ ରାଉଣ୍ଡରେ ହରାଇଥିବା ନେଦରଲାଣ୍ଡ ତା’ର ପ୍ରଥମ ବିଶ୍ୱକପ୍‌ଠାରୁ ଆଉ ଗୋଟିଏ ବିଜୟ ଦୂରରେ ଅଛି। ପ୍ରଥମ ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ଆମେରିକା କ୍ରମାଗତ ୩ୟ ଥର ପାଇଁ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ସ୍ବିଡେନ ଓ ଇଂଲଣ୍ଡ ମଧ୍ୟରେ ୩ୟ ସ୍ଥାନ ପାଇଁ ମ୍ୟାଚ୍‌ ଶନିବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri