Posted inଖେଳ

ମହିଳା ଫିଫା ବିଶ୍ୱକପ୍‌:ସ୍କଟଲାଣ୍ଡକୁ ବିଦା କଲା ଆର୍ଜେଣ୍ଟିନା

ପାରିସ,୨୦।୬(ଏଏଫ୍‌ପି)- ଚଳିତ ମହିଳା ଫିଫା ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ଓ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଗ୍ରୁପ୍‌ ଡି’ର ଏକ ରୋମାଞ୍ଚକ ମ୍ୟାଚ୍‌ ଡ୍ର’ ସହ ଶେଷ ହୋଇଛି। ମ୍ୟାଚ୍‌ର ୭୪ ମିନିଟ୍‌ ପର୍ଯ୍ୟନ୍ତ ୩-୦ ଗୋଲରେ ପଛୁଆ ଥିବା ପରେ ମଧ୍ୟ ଆର୍ଜେଣ୍ଟିନା ମ୍ୟାଚ୍‌କୁ ଫେରିବା ସହ ଏକ ପଏଣ୍ଟ ଅର୍ଜନ କରିପାରିଛି। ଏଥିଯୋଗୁ ୩ ମ୍ୟାଚ୍‌ରୁ ଦୁଇ ପଏଣ୍ଟ ପାଇଥିବା ଆର୍ଜେଣ୍ଟିନା ଦଳର ନକ୍‌ଆଉଟ୍‌ ରାଉଣ୍ଡକୁ ଉନ୍ନୀତ ହେବାର ଆଶା ଉଜ୍ଜୀବିତ ରହିଛି। ଅନ୍ୟପକ୍ଷରେ ସ୍କଟଲାଣ୍ଡର ବିଶ୍ୱକପ୍‌ ଅଭିଯାନ ଶେଷ ହୋଇଛି। ସ୍କଟଲାଣ୍ଡ ଦଳ ଲାଗି କିମ୍‌ ଲିଟଲ (୧୯ତମ ମିନିଟ୍‌), ଜେନ୍ନିଫର ବ୍ରେଟି (୪୯ତମ) ଓ ଇରିନ କର୍ଥବ୍ରଟ (୬୯ତମ) ଗୋଲ ଦେଇଥିଲେ। ଜବାବରେ ଆର୍ଜେଣ୍ଟିନାକୁ ମିଲାଗ୍ରସ ମେନେଣ୍ଡେଜ (୭୪ତମ) ପ୍ରଥମ ସଫଳତା ଆଣିଦେଇଥିଲେ। ଲି ଆଲେକ୍ସଜାଣ୍ଡର (୭୯ତମ) ଏକ ଆତ୍ମଘାତୀ ଗୋଲ ଦେଇଥିଲେ। ଶେଷରେ ଅତିରିକ୍ତ ସମୟରେ ମିଳିଥିବା ପେନାଲ୍ଟିକୁ ଫ୍ଲୋରେନ୍ସିଆ ବନ୍ସେଗୁଣ୍ଡୋ ଗୋଲରେ ପରିଣତ କରିଥିଲେ। ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଥିବାରୁ ଏପର୍ଯ୍ୟନ୍ତ ଗ୍ରୁପ ପର୍ଯ୍ୟାୟରେ ବିଜୟ ସ୍ବାଦ ଚାଖିପାରି ନ ଥିବା ନ୍ୟୁଜିଲାଣ୍ଡ, ଚିଲି, ଚାଇନା, କାମେରୁନ ଓ ଥାଇଲାଣ୍ଡ ଦଳର ପ୍ରିକ୍ୱାର୍ଟର ଫାଇନାଲକୁ ଉନ୍ନୀତ ହେବାର ବାଟ ଫିଟିଛି। ଗ୍ରୁପ ଡି’ର ଆଉ ଏକ ମ୍ୟାଚ୍‌ରେ ଇଂଲଣ୍ଡ ୨-୦ ଗୋଲରେ ଜାପାନକୁ ହରାଇ ଦେଇଛି। ଦୁଇ ଦଳ ପୂର୍ବରୁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ମଟନ, ଚିକେନ ସହ ହଳଦିଆ ମିଠା…, ଏହା ହେଉଛି ବୈଭବଙ୍କ ଶକ୍ତି ପଛର ରହସ୍ୟ, ୧୫ ବର୍ଷ ବୟସରେ ନେଉଛନ୍ତି…

ନୂଆଦିଲ୍ଲୀ,୧।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ବ୍ୟାଟିଂରେ ଏକ ଆକର୍ଷଣ ସୃଷ୍ଟି କରିଛନ୍ତି। ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ସୁନୀଲ ଗାଭାସ୍କର ପର୍ଯ୍ୟନ୍ତ, ସମସ୍ତେ…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri