ମହିଳା, ଯୁବକଙ୍କୁ ଲଣ୍ଡା କରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୬ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ କଙ୍ଗାରୁ କୋର୍ଟ ଦ୍ୱାରା ନିର୍ଯାତନା ସହ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। କୋର୍ଟରେ ସେମାନଙ୍କ ଜାମିନ ଆବେଦନ ଖାରଜ ହେବାରୁ ସମସ୍ତଙ୍କୁ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇିଛି ା ଗିରଫ ଅଭିଯୁକ୍ତମାନେ ହେଲେ ଏସ.କେ ନଉସାନ୍‌, ଏସ.କେ. ମୁସ୍ତାଫିଜ୍‌ , ଏସ.କେ.ଆସିଫ୍‌ ଓ ଏସ.କେ. କୁଟୁ । ଏହି ଘଟଣାରେ ମୋଟ ୨୨ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। ଏଥିନେଇ ଥାନାରେ ଏକ ମାମଲା(ନଂ.୮୩/୧୯) ରୁଜୁ କରି ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ଉଲ୍ଲେଖଯୋଗ୍ୟ ଯେ, ଗତ ରବିବାର ସନ୍ଧ୍ୟାରେ କରଞ୍ଜିଆ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳା ଅସୁସ୍ଥ ଥିବା ଖବରପାଇ କରଞ୍ଜିଆ ଏନଏସି ଅଞ୍ଚଳର ତାଙ୍କ ପ୍ରେମିକ ବୋଲି ସନ୍ଦେହ କରାଯାଉଥିତ୍ବା ଜଣେ ଯୁବକ ତାଙ୍କୁ ଦେଖା କରିବାକୁ ଯାଇଥିଲେ। ସଂଖ୍ୟାଲଘୁ ସମ୍ପ୍ରଦାୟର ମହିଳାଙ୍କ ଘରକୁ ଅନ୍ୟ ଏକ ସମ୍ପ୍ରଦାୟର ଯୁବକ ଆସିଥିବା ଦେଖି ଗ୍ରାମବାସୀ ସନ୍ଦେହ କରି ପଚରାଉଚରା କରିଥିଲେ। ପରେ କେତେକ ଗ୍ରାମବାସୀ ଉଭୟ ଯୁବକ ଓ ମହିଳାଙ୍କୁ ଧରିଆଣି ଏକ ଘରେ ବନ୍ଦ କରି ରଖିଥିଲେ। ସେମାନଙ୍କୁ ମାଡ ମାରି ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇଥିଲେ। ପରେ ସେମାନେ ଉଭୟଙ୍କୁ କରଞ୍ଜିିଆ ଥାନା ପୋଲିସ ଜିମା ଦେଇଥିଲେ। ଏନେଇ ପୋଲିସ ତତ୍‌କ୍ଷଣାତ କୌଣସି ପଦକ୍ଷେପ ନେଇ ନ ଥିଲା। ଘଟଣାର ଭିଡିଓ ସୁଟିଂ କରିଥିତ୍ବା କେତେକ ଗ୍ରାମବାସୀ ଏହାକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଦେବାରୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଘଟଣା ସାରା ଜିଲାରେ ଚର୍ଚ୍ଚାର ବିଷୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri