ମହିଳା, ଯୁବକଙ୍କୁ ଲଣ୍ଡା କରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୬ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ କଙ୍ଗାରୁ କୋର୍ଟ ଦ୍ୱାରା ନିର୍ଯାତନା ସହ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। କୋର୍ଟରେ ସେମାନଙ୍କ ଜାମିନ ଆବେଦନ ଖାରଜ ହେବାରୁ ସମସ୍ତଙ୍କୁ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇିଛି ା ଗିରଫ ଅଭିଯୁକ୍ତମାନେ ହେଲେ ଏସ.କେ ନଉସାନ୍‌, ଏସ.କେ. ମୁସ୍ତାଫିଜ୍‌ , ଏସ.କେ.ଆସିଫ୍‌ ଓ ଏସ.କେ. କୁଟୁ । ଏହି ଘଟଣାରେ ମୋଟ ୨୨ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। ଏଥିନେଇ ଥାନାରେ ଏକ ମାମଲା(ନଂ.୮୩/୧୯) ରୁଜୁ କରି ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ଉଲ୍ଲେଖଯୋଗ୍ୟ ଯେ, ଗତ ରବିବାର ସନ୍ଧ୍ୟାରେ କରଞ୍ଜିଆ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳା ଅସୁସ୍ଥ ଥିବା ଖବରପାଇ କରଞ୍ଜିଆ ଏନଏସି ଅଞ୍ଚଳର ତାଙ୍କ ପ୍ରେମିକ ବୋଲି ସନ୍ଦେହ କରାଯାଉଥିତ୍ବା ଜଣେ ଯୁବକ ତାଙ୍କୁ ଦେଖା କରିବାକୁ ଯାଇଥିଲେ। ସଂଖ୍ୟାଲଘୁ ସମ୍ପ୍ରଦାୟର ମହିଳାଙ୍କ ଘରକୁ ଅନ୍ୟ ଏକ ସମ୍ପ୍ରଦାୟର ଯୁବକ ଆସିଥିବା ଦେଖି ଗ୍ରାମବାସୀ ସନ୍ଦେହ କରି ପଚରାଉଚରା କରିଥିଲେ। ପରେ କେତେକ ଗ୍ରାମବାସୀ ଉଭୟ ଯୁବକ ଓ ମହିଳାଙ୍କୁ ଧରିଆଣି ଏକ ଘରେ ବନ୍ଦ କରି ରଖିଥିଲେ। ସେମାନଙ୍କୁ ମାଡ ମାରି ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇଥିଲେ। ପରେ ସେମାନେ ଉଭୟଙ୍କୁ କରଞ୍ଜିିଆ ଥାନା ପୋଲିସ ଜିମା ଦେଇଥିଲେ। ଏନେଇ ପୋଲିସ ତତ୍‌କ୍ଷଣାତ କୌଣସି ପଦକ୍ଷେପ ନେଇ ନ ଥିଲା। ଘଟଣାର ଭିଡିଓ ସୁଟିଂ କରିଥିତ୍ବା କେତେକ ଗ୍ରାମବାସୀ ଏହାକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଦେବାରୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଘଟଣା ସାରା ଜିଲାରେ ଚର୍ଚ୍ଚାର ବିଷୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri