ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର ସ୍ପେସ୍‌କ୍ରାଫ୍ଟ ସୋମବାର ମହାକାଶକୁ ଯାଇଛି। ସେଲିବ୍ରିଟଙ୍କ ସହ ବେଜୋସ୍‌ଙ୍କ ପ୍ରେମିକା ଲୌରେନ୍‌ ସାଞ୍ଚେଜ୍‌ ମଧ୍ୟ ମହାକାଶ ଯାଇଛନ୍ତି। ପୂର୍ବରୁ କେବଳ ପେସାଦାର ମହାକାଶଚାରୀମାନେ ମାଧ୍ୟାକର୍ଷଣଶୂନ୍ୟ ଅଞ୍ଚଳରେ ପ୍ରବେଶ ସୁଯୋଗ ପାଉଥିବାବେଳେ ସ୍ପେସ୍‌ ଟ୍ୟୁରିଜମ୍‌ ଅନ୍ୟମାନଙ୍କୁ ଏହି ସୁଯୋଗ ଦେଇଛି। ଧନୀ ଏବଂ ପ୍ରସିଦ୍ଧି ଲାଭ କରିଥିବା ଲୋକମାନେ ମହାକାଶକୁ ଯାଇପାରୁଛନ୍ତି। ମହିଳା ସେଲିବ୍ରିଟିମାନଙ୍କୁ ନେଇ ନ୍ୟୁ ଶେପାର୍ଡ ରକେଟ୍‌ ସ୍ଥାନୀୟ ସମୟ ସକାଳ ୯ଟା ୩୧ ମିନିଟ୍‌ (ଭାରତୀୟ ସମୟ ରାତି ୭ଟା)ରେ ଓ୍ବେଷ୍ଟ ଟେକ୍ସାସ୍‌ରୁ ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଏହା ୧୦୭ କିଲୋମିଟର ଅତିକ୍ରମ କରିବା ପରେ ସେଲିବ୍ରିଟିମାନେ ଓଜନହୀନତାର ଅନୁଭୂତି ହାସଲ କରିବେ। ସାଞ୍ଚେଜ୍‌ ଜଣେ ହେଲିକପ୍ଟର ପାଇଲଟ୍‌ ଏବଂ ପୂର୍ବତନ ଟିଭି ଜର୍ନାଲିଷ୍ଟ ହୋଇଥିବାବେଳେ ପେରୀ ଜଣେ ଖ୍ୟାତନାମା ଗାୟିକା। ଅନ୍ୟମାନଙ୍କ ମଧ୍ୟରେ ଫିଲ୍ମ ନିର୍ମାତା କେରିଆନେ ଫ୍ଲିନ୍‌, ନାସାର ପୂର୍ବତନ ଇଞ୍ଜିନିୟର ଐଶା ବୋଓ୍ବେ ଏବଂ ବୈଜ୍ଞାନିକ ଆମଣ୍ଡା ଏନ୍‌ଗୁୟେନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri