Posted inଖେଳ

ମହିଳା ହକି ଦଳର ନ୍ୟୁଜିଲାଣ୍ଡ ଟୁର୍‌: ବିଜୟ ସହ ଅଭିଯାନ ଶେଷ କଲା ଭାରତ

ଅକ୍‌ଲାଣ୍ଡ, ୬।୨- ଭାରତୀୟ ମହିଳା ହକି ଦଳ ବିଜୟ ସହ ଏହାର ନ୍ୟୁଜିଲାଣ୍ଡ ଟୁର୍‌ ଶେଷ କରିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଭ୍ରମଣକାରୀ ଦଳ ନ୍ୟୁଜିଲାଣ୍ଡକୁ ୩-୦ ଗୋଲରେ ପରାସ୍ତ କରିଛି। ଭାରତ ପକ୍ଷରୁ ନଭନୀତ କୌର ୨ଟି ଓ ଶର୍ମିଳା ଗୋଟିଏ ଗୋଲ ସ୍କୋର କରିଛନ୍ତି। ଏହି ଟୁର୍‌ର ପ୍ରଥମ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡର ଯୁବ ଦଳକୁ ୪-୦ ଗୋଲରେ ପରାସ୍ତ କରିଥିଲା। ମାତ୍ର ପରବର୍ତ୍ତୀ ୨ଟି ମ୍ୟାଚରେ ନ୍ୟୁଜିଲାଣ୍ଡ ଜାତୀୟ ଦଳଠାରୁ ଯଥାକ୍ରମେ ୧-୨, ଓ ୦-୧ ଗୋଲରେ ପରାଜିତ ହୋଇଥିଲା। ୪ର୍ଥ ମ୍ୟାଚରେ ଅଧିନାୟିକା ରାଣୀଙ୍କ ଗୋଲ ବଳରେ ଭାରତ ୧-୦ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ ହରାଇଥିବାବେଳେ ଶେଷ ମ୍ୟାଚରେ ନ୍ୟୁଜିଲାଣ୍ଡ ଜାତୀୟ ଦଳକୁ ହରାଇ ମନୋବଳ ଦୃଢ଼ କରିଛି।
ପୂରା ସିରିଜରେ ଭାରତୀୟ ଦଳ ଚାପକୁ ଭଲଭାବେ ହାତେଇବା ସହ ଶୃଙ୍ଖଳିତ ପ୍ରଦର୍ଶନ କରିଥିଲା। ମ୍ୟାଚଟି ପ୍ରଥମାର୍ଦ୍ଧ ପର୍ଯ୍ୟନ୍ତ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। କେହି କାହାରିକୁ ଗୋଲ ଦେଇପାରି ନ ଥିଲେ। ତେବେ ଦ୍ୱିତୀୟାର୍ଦ୍ଧରେ ଭାରତୀୟ ଦଳ ପ୍ରଭାବୀ ପ୍ରଦର୍ଶନ କରିଥିଲା। ୪୫ତମ ମିନିଟରେ ନଭନୀତ ଗୋଲ ଦେଇ ଭାରତକୁ ଅଗ୍ରଣୀ କରାଇଥିଲେ। ନ୍ୟୁଜିଲାଣ୍ଡ ଗୋଲ ପରିଶୋଧ ଚକ୍କରରେ ଥିବାବେଳେ ୫୪ତମ ମିନିଟରେ ଶର୍ମିଳା ଏହାକୁ ୨-୦ରେ ପରିଣତ କରିଥିଲେ। ମ୍ୟାଚ ଶେଷହେବାର ୨ ମିନିଟ ପୂର୍ବରୁ ଅର୍ଥାତ୍‌ ୫୮ତମ ମିନିଟରେ ନଭନୀତ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇ ଭାରତର ବିଜୟକୁ ଏକପ୍ରକାର ନିଶ୍ଚିତ କରିଦେଇଥିଲେ। ଶେଷ ୨ ମିନିଟରେ ନ୍ୟୁଜିଲାଣ୍ଡ ଆକ୍ରମଣାତ୍ମକ ଖେଳିଥିଲେ ହେଁ ଭାରତୀୟ ଡିଫେନ୍ସ ବିଭାଗ ସଫଳତାର ସହ ତାହାକୁ ପ୍ରତିହତ କରିଥିଲା। ”ଭାରତୀୟ ଦଳ ସଫଳତାର ସହ ନ୍ୟୁଜିଲାଣ୍ଡ ଟୁର୍‌ ଶେଷ କରିଥିବାରୁ ମୁଁ ବହୁତ ଖୁସୀ। ବିଶେଷକରି ଶେଷ ମ୍ୟାଚରେ ୩ ଗୋଲ ମୋତେ ଆନନ୍ଦିତ କରିଛି। କେଉଁ ବିଭାଗରେ ଆମର ଦୁର୍ବଳତା ଅଛି ତାହା ଏହି ସିରିଜରୁ ଜଣାପଡ଼ିଛି। ଆମେ ତାକୁ ଧ୍ୟାନରେ ରଖି ଅଭ୍ୟାସ କରିବୁ“ ବୋଲି କୋଚ୍‌ ଜୋର୍ଡ ମାରିଜନେ ପ୍ରକାଶ କରିଛନ୍ତି। ଭାରତୀୟ ଦଳ ଶୁକ୍ରବାର ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri