Posted inଖେଳ

ମହିଳା ହକି : ବିଜୟ ସହ ଭାରତର ଅଭିଯାନ

ହିରୋସୀମା, ୧୫ା୬(ପି.ଟି.): ଉରୁଗୁଏ ବିପକ୍ଷରେ ପ୍ରଭାବୀ ୪-୧ ଗୋଲ୍‌ରେ ବିଜୟ ସହ ଭାରତୀୟ ମହିଳା ହକି ଦଳ ଏଠାରେ ଚାଲିଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହିରୋସୀମା ୨୦୧୯ରେ ଏହାର ଅଭିଯାନ ଆରମ୍ଭ କରିଛି। ବିଶ୍ୱର ୯ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତ ତରଫରୁ ଅଧିନାୟକ ରାନୀ ୧୦ତମ ମିନିଟ୍‌ରେ ଏକ ଗୋଲ ସ୍କୋର କରିଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ପ୍ରଥମ କ୍ୱାର୍ଟରରେ ଉରୁଗୁଏ ଦଳ ଯଦିଓ ପ୍ରଧାନ୍ୟ ବିସ୍ତାର କରି ଖେଳିଥିଲା ଏବଂ ଅଧିକ ସୁଯୋଗ ପାଇଥିଲା ଭାରତ କିନ୍ତୁ ଅଗ୍ରଣୀ ରହିଥିଲା। ଦ୍ୱିତୀୟାର୍ଦ୍ଧରେ ଭାରତ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ବିପକ୍ଷ ଦଳ ଉପରେ ବାରମ୍ବାର ଆକ୍ରମଣ ଜାରି ରଖିଥିଲା। ୨୧ତମ ମିନିଟ୍‌ରେ ଭାରତ ପ୍ରଥମ ପେନାଲ୍ଟି କର୍ନର ପାଇଥିଲା। ଗୁଜରାଣ୍ଟ କୌର ଏହାକୁ ଗୋଲରେ ପରିଣତ କରିବାରେ ସଫଳ ରହିଥିଲେ। ଭାରତ ୨-୦ରେ ଅଗ୍ରଣୀ ଲାଭ କରିଥିଲା। ତୃତୀୟ କ୍ୱାର୍ଟର ଖେଳ ଆରମ୍ଭରେ କିନ୍ତୁ ଉଭୟ ଦଳର ଖେଳରେ ତାଳମେଳ ନ ଥିବା ପରିଲକ୍ଷିତ ହୋଇଥିଲା। ଉଭୟ ଦଳ କେତୋଟା ସୁଯୋଗ ପାଇଁ ମଧ୍ୟ ହାତଛଡ଼ା କରିଥିଲେ। ମାତ୍ର ୪୦ତମ ମିନିଟ୍‌ରେ ବନ୍ଦନା କାଟାରିଆଙ୍କଠାରୁ ଏକ ଚମତ୍କାର ପାସ୍‌ ପାଇ ଜ୍ୟୋତି ଭାରତ ପକ୍ଷରୁ ତୃତୀୟ ଗୋଲ ସ୍କୋର କରିଥିଲେ। ତୃତୀୟ କ୍ୱାର୍ଟର ସୁଦ୍ଧା ଭାରତ ୩-୦ରେ ଆଗୁଆ ରହିଥିଲା। ଚତୁର୍ଥ କ୍ୱାର୍ଟର ଖେଳ ତଥା ୫୧ତମ ମିନିଟ୍‌ରେ ଉରୁଗୁଏର ମାରିଆ ଟେରେସା ଭାଏନା ଆଚେ ତାଙ୍କ ନିଜସ୍ବ ଉଦ୍ୟମରେ ତାଙ୍କ ଦଳ ତରଫରୁ ପ୍ରଥମ ଗୋଲ ସ୍କୋର କରିଥିଲେ। ଜବାବରେ ଭାରତ ପ୍ରତି ଆକ୍ରମଣ କରିଥିଲା। ବିପକ୍ଷ ଦଳର ଡି’ ଏରିଆରେ ରାନୀଙ୍କଠାରୁ ଏକ ପାସ୍‌ ପାଇ ଲାଲ୍‌ ରେମ୍‌ସିଆମି ଉରୁଗୁଏ ଗୋଲପୋଷ୍ଟ ମଧ୍ୟକୁ ଠେଲି ଦେଇଥିଲେ। ଏହି ଗୋଲ ଦ୍ୱାରା ଭାରତ ମ୍ୟାଚ୍‌ରେ ୪-୧ରେ ବିଜୟ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri