Posted inଖେଳ

ମହିଳା ହକି: ଭାରତ- ବ୍ରିଟେନ ମ୍ୟାଚ୍‌ ଡ୍ର

ମାର୍ଲୋ (ଇଂଲଣ୍ଡ), ୩୦।୯ (ପି.ଟି.)- ୟୁକେ ଗସ୍ତରେ ଯାଇଥିବା ଭାରତୀୟ ମହିଳ ହକି ଦଳ ତା’ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ଗ୍ରେଟ ବ୍ରିଟେନ୍‌ ବିପକ୍ଷରେ ମ୍ୟାଚ୍‌ ଡ୍ର ରଖିଛି। ରବିବାର ଏଠାରେ ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ମ୍ୟାଚ୍‌ର ଅଷ୍ଟମ ମିନିଟ୍‌ରେ ବ୍ରିଟେନ ତରଫରୁ ଗୋଲ ସ୍କୋର ହୋଇଥିଲା ଓ ଘରୋଇ ଦଳ ୧-୦ରେ ଅଗ୍ରଣୀ ହୋଇଥିଲା। ତେବେ ତୃତୀୟ କ୍ୱାର୍ଟରରେ ୩୨ତମ ମିନିଟ୍‌ରେ ଲାଲରେମସିଆମି ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନସ୍ତରକୁ ଆଣିଥିଲେ। ଭାରତ ପ୍ରଥମ ଦୁଇଟି ମିନିଟ୍‌ରେ ଦୁଇ ପେନାଲ୍ଟି କର୍ନର ପାଇଥିଲେ ଗୋଲରେ ପରିଣତ କରିପାରି ନ ଥିଲା। ଏହାପରେ ଉଭୟ ଦଳ ଆକ୍ରମଣାତ୍ମକ ଖେଳି ପ୍ରଦର୍ଶନ କରିଥିଲେ ମଧ୍ୟ ଗୋଲ ସମ୍ଭବ ହୋଇପାରି ନ ଥିଲା। ଫଳରେ ମ୍ୟାଚ୍‌ ଡ୍ର ରହିଥିଲା। ୧ ତାରିଖ ମଙ୍ଗଳବାର ଭାରତ ଓ ବ୍ରିଟେନ ତୃତୀୟ ମ୍ୟାଚ୍‌ରେ ମୁହଁାମୁହିଁ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri