Posted inଖେଳ

ମହିଳା ହକି ସିରିଜ: ଅନ୍ତିମ ମ୍ୟାଚ୍‌ରେ ହାରିଲା ଭାରତ

ଜିନ୍‌ଚେଓନ(କୋରିଆ),୨୪।୫ (ପି.ଟି.)- ଭାରତୀୟ ମହିଳା ହକି ଦଳ ଘରୋଇ ଦକ୍ଷିଣ କୋରିଆକୁ ପ୍ରଥମ ଦୁଇଟି ମ୍ୟାଚରେ ପରାସ୍ତ କରି ସିରିଜ ବିଜୟୀ ହୋଇଥିଲେ ମଧ୍ୟ ତୃତୀୟ ତଥା ଅନ୍ତିମ ମୁକାବିଲାରେ ପରାସ୍ତ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ କୋରିଆଠାରୁ ୪-୦ ଗୋଲରେ ଭାରତ ପରାସ୍ତ ହୋଇଛି। ଫଳରେ କୋରିଆ ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି।
ଏହାପୂର୍ବରୁ ପ୍ରଥମ ଦୁଇଟି ମ୍ୟାଚ୍‌ ଜିତି ଭାରତ ୨-୧ରେ ଅଗ୍ରଣୀ ହୋଇଥିଲା। ମ୍ୟାଚ୍‌ ଆରମ୍ଭରୁ ଭାରତୀୟ ଡିଫେନ୍ସ ଚାପରେ ଥିଲା। ଏହା ସୁଯୋଗ ନେଇ କୋରିଆ ଖେଳାଳି ଭାରତୀୟ ସର୍କଲକୁ ପ୍ରବେଶ କରି ଶଟ୍‌ ମାରି ଗୋଟିଏ ପରେ ଗୋଟିଏ ଗୋଲ୍‌ ସ୍କୋର କରିଥିଲେ। ଘରୋଇ ଦଳ ୫ଟି ପେନାଲ୍ଟି କର୍ନର ପାଇଥିଲେ ମଧ୍ୟ ୨୯ତମ ମିନିଟ୍‌ରେ ଗୋଟିଏକୁ ଗୋଲରେ ପରିଣତ କରିଥିଲେ। ଜାଙ୍ଗ ହିସାନ ପ୍ରଥମ ଗୋଲ ସ୍କୋର କରିଥିଲେ। ଏହାପରେ ୪୧ତମ ମିନିଟ୍‌ରେ କିମ୍‌ ହ୍ୟୁଞ୍ଜି ଓ କାଙ୍ଗ ଜିନା କ୍ରମାଗତ ଦୁଇଟି ଗୋଲ ଦେଇଥିଲେ। ୩ଟି ଗୋଲ ବରଣ କରିବା ପରେ ଭାରତୀୟ ଖେଳାଳିଙ୍କ ମନୋବଳ ଭାଙ୍ଗିଥିଲା। ଫଳରେ ଭାରତ ପ୍ରତ୍ୟାବର୍ତ୍ତନ କରିପାରି ନ ଥିଲା। ଶେଷରେ କୋରିଆର ଲି ୟୁରି ୫୩ ମିନିଟ୍‌ରେ ଗୋଲ ଦେଇ ଦଳକୁ ୪-୦ରେ ବିଜୟୀ କରାଇଥିଲେ।
ପରାସ୍ତ ହୋଇଥିଲେ ମଧ୍ୟ ଆମ ଖେଳାଳି ବହୁତ କିଛି ଶିକ୍ଷା କରିଛନ୍ତି ବୋଲି ଭାରତୀୟ ମୁଖ୍ୟ କୋଚ୍‌ ଜୋଏର୍ଡ ମାରିଜନେ କହିଛନ୍ତି। ଦକ୍ଷିଣ କୋରିଆ ମଧ୍ୟ ଏକ ଉଚ୍ଚକୋଟୀର ଦଳ। ଏହି ମ୍ୟାଚ୍‌ରେ ଦକ୍ଷିଣ କୋରିଆ ଆମଠାରୁ ଅପେକ୍ଷାକୃତ ଅଧିକ ଭଲ ପ୍ରଦର୍ଶନ କରିଥିଲା। ତେବେ ପ୍ରଥମ ଦୁଇଟି ମ୍ୟାଚ୍‌ରେ ଆମେ ଭଲ ଖେଳିଥିଲୁ। ଆଗକୁ ହିରୋସିମାରେ ଏଫ୍‌ଆଇଏଚ୍‌ ମହିଳା ସିରିଜ୍‌ ଫାଇନାଲ୍ସ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଏହି ମେଗା ଇଭେଣ୍ଟ ପାଇଁ ଆମକୁ ପ୍ରସ୍ତୁତି ଆହିରୁ ଜୋରଦାର କରିବାକୁ ହେବ ବୋଲି ମାରିଜନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri