Posted inଖେଳ

ମହିଳା ହକି:ଜାପାନକୁ ହରାଇ ଭାରତ ଚାମ୍ପିୟନ

ହିରୋଶିମା, ୨୩ା୬ (ପି.ଟି.)- ଭାରତ ଏଫ୍‌ଆଇଏଚ୍‌ ମହିଳା ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଖେଳର ତୃତୀୟ ମିନିଟ୍‌ରେ ଅଧିନାୟିକା ରାଣୀ ରାମପାଲ ଏକ ଗୋଲ ସ୍କୋର କରି ଭାରତକୁ ପ୍ରଥମେ ଅଗ୍ରଣୀ କରାଇଥିଲେ। ତେବେ ୧୧ତମ ମିନିଟ୍‌ରେ ଜାପାନର କାନନ ମୋରିଙ୍କ ଗୋଲ ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ଭଲ ଫର୍ମରେ ଥିବା ଗୁରଜିତ କୌର ପରେ ୪୫ତମ ଓ ୬୦ତମ ମିନିଟ୍‌ରେ ଗୋଲ ସ୍କୋର କରି ଭାରତକୁ ଅଗ୍ରଣୀ କରାଇବା ସହ ମ୍ୟାଚରେ ବିଜୟୀ କରାଇଥିଲେ। ବିଶ୍ୱର ୯ ନମ୍ବର ମାନ୍ୟତାପ୍ରାପ୍ତ ଦଳ ଭାରତ ଶନିବାର ଚିଲିକୁ ପରାସ୍ତ କରି ଫାଇନାଲରେ ପ୍ରବେଶ ସହ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ୨୦୧୯ ଫାଇନାଲ ରାଉଣ୍ଡ ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିସାରିଥିଲା। ରାଣୀ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିବା ବେଳେ ଗୁରଜିତ ଟପ୍‌ ସ୍କୋରର ହୋଇପାରିଛନ୍ତି।
ପ୍ରଥମ କ୍ୱାର୍ଟରରେ ରାଣୀଙ୍କ ଗୋଲର କିଛି ସମୟ ପରେ ଭାରତ ଦ୍ୱିତୀୟ ପେନାଲ୍ଟି କର୍ନନର ସୁଯୋଗ ପାଇଥିଲେ ମଧ୍ୟ କାର୍ଯ୍ୟକାରୀ କରିପାରି ନ ଥିଲା। ପ୍ରଥମ ୧୫ ମିନିଟ ଖେଳରେ ଜାପାନ ଦଳ ମାତ୍ର ଦୁଇଥର ସର୍କଲ ଏଣ୍ଟ୍ରି କରିପାରି ଥିଲେ। ଦ୍ୱିତୀୟ ଥର ସର୍କଲ ଏଣ୍ଟ୍ରି ବେଳେ ୟୁରି ନାଗାଇଙ୍କ ଏକ ପାସ୍‌କୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହୋଇଥିଲେ କାନନ ମୋରି। ଭାରତୀୟ ଗୋଲକିପର ସବିତା ବଲ୍‌କୁ ରୋକିବା ପାଇଁ ଚେଷ୍ଟା କରିବା ପୂର୍ବରୁ ଏହା ଗୋଲପୋଷ୍ଟ ଭିତରକୁ ଚାଲିଯାଇଥିଲା। ଦ୍ୱିତୀୟ କ୍ୱାର୍ଟରରେ ମଧ୍ୟ ଭାରତ ମଧ୍ୟ ପ୍ରଧାନ୍ୟ ବିସ୍ତାର ଜାରି ରଖିଥିଲା। ଫରଓ୍ବାର୍ଡ ବନ୍ଦନା କାଟାରିୟା ୧୮ତମ ମିନିଟ୍‌ରେ ଏକ ସୁଯୋଗ ହାତଛଡ଼ା କରିଥିଲେ। ସେ ଗୋଲ ପୋଷ୍ଟକୁ ମାରିଥିବା ଶଟ୍‌ ଓ୍ବାଇଡ୍‌ ହୋଇଯାଇଥିଲା। ଅନ୍ୟପକ୍ଷରେ ଜାପାନ ରିଦିମ ଫେରିବାକୁ ଚେଷ୍ଟା କରିଥିଲା। ଫ୍ଲାଙ୍କ ସହାୟତାରେ ଗୋଲ ସୁଯୋଗୁ ସୃଷ୍ଟି କରିବାକୁ ଚେଷ୍ଟା କରିଥିଲା। ମାତ୍ର ସୁଶିଲା ଚାନୁ ପୁଖ୍ରାମବାମ୍‌ ଏବଂ ଲିଲିମା ମିଞ୍ଜ୍‌ ଆଜାପାନିଜ ଆକ୍ରମଣକୁ ପ୍ରତିହତି କରିବାରେ ସଫଳ ରହିଥିଲେ। ପ୍ରଥମାଦ୍ଧଁ ସୁଦ୍ଧା ଖେଳ ୧-୧ରେ ଅମୀମାଂସିତ ରହିଥିଲା। ଦ୍ୱିତୀୟାର୍ଦ୍ଧରେ ଭାରତ ଖେଳକୁ ଅଧିକାଂଶ ସମୟ ନିଜ ନିୟନ୍ତ୍ରଣରେ ରଖିଥିବାଳେ ଗୁରଜିତ ଦୁଇଟି ଗୋଲ ସ୍କୋର କରି ଦଳକୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri