ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ଜଣକ ହେଲେ ଅର୍ଚ୍ଚନା ପ୍ରଧାନ (୨୫)। ଏହାର ଖବର ପାଇ ପୁରୁଷୋତ୍ତମପୁର ଥାନା ଏସ୍ଆଇ ଚମ୍ପାବତୀ ମାରାଣ୍ଡି ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି ଥାନାରେ ୩୦/୧୯ରେ ଏକ ଅପମୃତ୍ୟୁ ରୁଜୁ କରିଛନ୍ତି। ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ ସୁନିଲ କୁମାର ଟୁଡୁଙ୍କ ଉପସ୍ଥିତିରେ ପଞ୍ଚନାମା କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇଛନ୍ତି। ଏହି ଘଟଣାକୁ ନେଇ ମୃତ ମହିଳାଙ୍କ ପରିବାର ପକ୍ଷରୁ ପୋଲିସରେ ଅଭିଯୋଗ ହୋଇଛି। ତାଙ୍କ ଝିଅକୁ ସ୍ବାମୀ, ଶାଶୁ ଓ ଦିଅର ମାରିଦେଇଛନ୍ତି। ଏହି ଅଭିଯୋଗକୁ ନେଇ ପୋଲିସ ସ୍ବାମୀ ଓ ଦିଅରଙ୍କୁ ଥାନାକୁ ଆଣି ଅଟକ ରଖି ପଚରା ଉଚରା କରିବାରେ ଲାଗିଛନ୍ତି। ଏହାକୁ ନେଇ ସ୍ବାମୀ ପ୍ରଶାନ୍ତ ପ୍ରଧାନ କହିଛନ୍ତି ଯେ, ସେ ଦିଲ୍ଲୀରେ ରହୁଥିଲେ । ଗତ ଚାରିଦିନ ହେଲା ଗ୍ରାମକୁ ଆସିଛନ୍ତି। ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଫୋନ୍ରେ କଥା ହେଉଥିଲେ। ଏହାକୁ ନେଇ ବୁଧବାର ସକାଳେ ତାଙ୍କୁ ତାଗିଦ କରିଥିଲେ। ସେ ବଜାରକୁ ଚାଲିଆସିଥିବା ବେଳେ ତାଙ୍କର ମାଆ ମଧ୍ୟ ବିଲକୁ ଯାଇଥିଲେ। ଭାଇ ଘରେ ନ ଥିଲେ। ଏହି ସମୟରେ ସ୍ତ୍ରୀ ଅର୍ଚ୍ଚନା ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଘଟଣାର ତଦନ୍ତ ଚାଲିଛି। ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନା ଏସ୍ଆଇ ଚମ୍ପାବତୀ କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’
ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
Archives

