ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ଜଣକ ହେଲେ ଅର୍ଚ୍ଚନା ପ୍ରଧାନ (୨୫)। ଏହାର ଖବର ପାଇ ପୁରୁଷୋତ୍ତମପୁର ଥାନା ଏସ୍ଆଇ ଚମ୍ପାବତୀ ମାରାଣ୍ଡି ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି ଥାନାରେ ୩୦/୧୯ରେ ଏକ ଅପମୃତ୍ୟୁ ରୁଜୁ କରିଛନ୍ତି। ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ ସୁନିଲ କୁମାର ଟୁଡୁଙ୍କ ଉପସ୍ଥିତିରେ ପଞ୍ଚନାମା କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇଛନ୍ତି। ଏହି ଘଟଣାକୁ ନେଇ ମୃତ ମହିଳାଙ୍କ ପରିବାର ପକ୍ଷରୁ ପୋଲିସରେ ଅଭିଯୋଗ ହୋଇଛି। ତାଙ୍କ ଝିଅକୁ ସ୍ବାମୀ, ଶାଶୁ ଓ ଦିଅର ମାରିଦେଇଛନ୍ତି। ଏହି ଅଭିଯୋଗକୁ ନେଇ ପୋଲିସ ସ୍ବାମୀ ଓ ଦିଅରଙ୍କୁ ଥାନାକୁ ଆଣି ଅଟକ ରଖି ପଚରା ଉଚରା କରିବାରେ ଲାଗିଛନ୍ତି। ଏହାକୁ ନେଇ ସ୍ବାମୀ ପ୍ରଶାନ୍ତ ପ୍ରଧାନ କହିଛନ୍ତି ଯେ, ସେ ଦିଲ୍ଲୀରେ ରହୁଥିଲେ । ଗତ ଚାରିଦିନ ହେଲା ଗ୍ରାମକୁ ଆସିଛନ୍ତି। ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଫୋନ୍ରେ କଥା ହେଉଥିଲେ। ଏହାକୁ ନେଇ ବୁଧବାର ସକାଳେ ତାଙ୍କୁ ତାଗିଦ କରିଥିଲେ। ସେ ବଜାରକୁ ଚାଲିଆସିଥିବା ବେଳେ ତାଙ୍କର ମାଆ ମଧ୍ୟ ବିଲକୁ ଯାଇଥିଲେ। ଭାଇ ଘରେ ନ ଥିଲେ। ଏହି ସମୟରେ ସ୍ତ୍ରୀ ଅର୍ଚ୍ଚନା ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଘଟଣାର ତଦନ୍ତ ଚାଲିଛି। ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନା ଏସ୍ଆଇ ଚମ୍ପାବତୀ କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


