ମହିଳାଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ୩ ଗିରଫ

ବ୍ରହ୍ମପୁର ଅଫିସ,୩ା୬: ସଦର ଥାନା ଅନ୍ତର୍ଗତ ଲୋଚାପଡା ଚୈତନ୍ୟନଗରରେ ରହୁଥିବା ଜଣେ ମହିଳାଙ୍କ ଘରେ ପଶି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଲୋଚାପଡାର ଦିଲୀପ ପାଣିଗ୍ରାହୀ (୨୭), ଦିଗପହଣ୍ଡି ଥାନା କଂସାମାରି ଗ୍ରାମର ଜଗନ୍ନାଥ ଗୌଡ଼ (୨୮) ଓ ହିଞ୍ଜିଳିିକାଟୁର କୃଷ୍ଣ ସେଠୀ (୨୫)। ମାମଲା ନଂ.୧୪୦/୧୯ ଅନୁସାରେ ଶନିବାର ରାତିରେ ଉକ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ମହିଳା ଜଣକ ଘରେ ଏକାକୀ ରହୁଥିବା ଜାଣି ଗତ ୩୧ ତାରିଖ ରାତି ପ୍ରାୟ ସାଢ଼େ ୧୧ଟାରେ ଦିଲୀପ ତାଙ୍କର ଅନ୍ୟ ୨ ସହଯୋଗୀ ଜଗନ୍ନାଥ ଓ କୃଷ୍ଣ ସେଠାରେ ପହଞ୍ଚିଥିଲେ। ଦୁର୍ବୃତ୍ତମାନେ ମହିଳାଙ୍କୁ କବାଟ ଖୋଲିବା ପାଇଁ କହିଥିଲେ। ସେ ନ ଖୋଲିବାରୁ ଦିଲୀପ ଓ ତାଙ୍କ ସହଯୋଗୀମାନେ କବାଟ ଭାଙ୍ଗି ଘରେ ପଶିଥିଲେ। ବଳପୂର୍ବକ ଅସଦାଚରଣ କରିବାକୁ ଚେଷ୍ଟା କରିଥିଲେ। ସେଥିରେ ବିଫଳ ହେବା ପରେ ମହିଳାଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିଲେ। ଚିତ୍କାର ଶୁଣି ସାହି ଲୋକମାନେ ରୁଣ୍ଡ ହୋଇଯିବାରୁ ଅଭିଯୁକ୍ତମାନେ ସେଠାରୁ ପଳାଇଥିଲେ। ମହିଳାଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା ରୁଜୁ କରି ଉପରୋକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ରବିବାର ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri