ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ

କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ ପୁଣି ଜଣେ ମହିଳା ଆକ୍ରମଣର ଶିକାର ହୋଇଛନ୍ତି। ପୂର୍ବ ହତ୍ୟାକାଣ୍ଡ ଭଳି ମହିଳାଙ୍କ ବେକକୁ କାଟି ଦିଆଯାଇଛି। ସେ ହେଲେ ମାଲଗୋଦାମ ଥାନା ଅନ୍ତର୍ଗତ ମହ୍ଲାସାହି ଅଞ୍ଚଳରେ ରହୁଥିବା ସନ୍ଧ୍ୟା ତରାଇ(୨୮)। ରାତି ପ୍ରାୟ ୧୧ ଟାରେ ସନ୍ଧ୍ୟାଙ୍କ ଘରେ ପଶି କେହି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଫଳରେ ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ କଟକ ସହରରେ ଆତଙ୍କ ଖେଳିଯାଇଛି। ସହରବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି।
ସନ୍ଧ୍ୟାଙ୍କ କହିବା ଅନୁଯାୟୀ, ସେ ଘରେ ଥିବାବେଳେ କେହି ଜଣେ ବ୍ୟକ୍ତି ତାଙ୍କୁ ଡାକିଥିଲେ। କିଏ ବୋଲି ପଚାରିବାରୁ କିଛି ଉତ୍ତର ମିଳି ନ ଥିଲା। ଫଳରେ ସନ୍ଧ୍ୟା ଝରକା ପାଖକୁ ଦେଖିବାକୁ ଯାଇଥିଲେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନି ପାରି ନ ଥିଲେ। ଏହି ସମୟରେ ବ୍ୟକ୍ତି ଜଣଙ୍କ ଝରକାରେ ହାତ ଗଳାଇ ଏକ ଧାରୁଆ ଅସ୍ତ୍ରରେ ତାଙ୍କ ବେକକୁ କାଟି ଦେଇଥିଲେ। ମହିଳା ଜଣକ ଚିତ୍କାର କରିବାରୁ ଆଖପାଖରେ ଥିବା ଲୋକମାନେ ଆକ୍ରମଣକାରୀଙ୍କୁ କାବୁ କରିବାକୁ ଉଦ୍ୟମ କରିଥିଲେ। ମାତ୍ର ଆକ୍ରମଣକାରୀ ଖସି ପଳାଇଥିଲେ। ଖବରପାଇ ମାଲଗୋଦାମ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଅଞ୍ଚଳରେ ଖୋଜାଖୋଜି କରିଥିଲେ ମଧ୍ୟ ଆକ୍ରମଣକାରୀଙ୍କୁ ପାଇ ନ ଥିଲେ। ଏ ନେଇ ସନ୍ଧ୍ୟା ମାଲଗୋଦାମ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଆକ୍ରମଣକାରୀ କିଏ, ପୂର୍ବ ହତ୍ୟାକାଣ୍ଡ ସହ ତାଙ୍କର ସମ୍ପୃକ୍ତି ଅଛି କି ନାହିଁ, କି ସେ ଲୁଟ୍‌ ଉଦ୍ଦେଶ୍ୟରେ ଆକ୍ରମଣ କରିଥିଲେ ଏଭଳି କେତେକ ଦିଗ ଉପରେ ପୋଲିସ ତଦନ୍ତ ଜାରି ରଖିଛି। ଏହି ଆକ୍ରମଣ ପରେ ସହରରେ ପାଟ୍ରୋଲିଂ ବ୍ୟବସ୍ଥା ଆହୁରି କଡାକଡି କରାଯାଇଛି। ପ୍ରତି ଛକରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri