ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦ୍ରୌପଦୀଙ୍କ ବାପା ନରେନ୍ଦ୍ର ରାଉତ ନାୟକାଣିଡିହୀ ଥାନାରେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଥିଲେ। ଏନେଇ ଦଫା ୩୦୨, ୩୦୪(ବି), ୪୯୮, ୩୪ ଆଇପିସିରେ ମାମଲା(ନଂ. ୫୭/୨୦) ରୁଜୁ ହୋଇଛି। ମଙ୍ଗଳବାର ଭଦ୍ରକର ସାଇଣ୍ଟିଫିକ ଟିମ୍ ସହ ନାୟକାଣିଡିହୀ ପୋଲିସ ଏସ୍ଆଇ ନିରୋଦ କୁମାର ମଲ୍ଲିକ, ଅତିରିକ୍ତ ତହସିଲଦାର ବିଶ୍ୱନାଥ ବିଶ୍ୱାଳ ପହଞ୍ଚତ୍ ତଦନ୍ତ ଆରମ୍ଭ ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଛନ୍ତି।
ନରେନ୍ଦ୍ରଙ୍କ ଅଭିଯୋଗ ଅନୁଯାୟୀ, ୪ବର୍ଷ ପୂର୍ବେ ତାଙ୍କ ଝିଅ ଦ୍ରୌପଦୀଙ୍କୁ ନରହରି ପରିଡ଼ାଙ୍କ ପୁଅ ରାଜେନ୍ଦ୍ରଙ୍କୁ ବୈଦିକ ରୀତିରେ ବିବାହ ଦେଇଥିଲେ। ବିବାହ ପରଠାରୁ ତାଙ୍କର ଶ୍ୱଶୁର, ନଣନ୍ଦ ଓ ଶାଶୁ ମିଶି ଅଧିକ ଯୌତୁକ ଆଣିବା ପାଇଁ ଦାବି କରି ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। ସୋମବାର ସନ୍ଧ୍ୟାରେ ତାଙ୍କ ପରିବାର ଲୋକ ଦ୍ରୌପଦୀଙ୍କ ଦେହ ଅସୁସ୍ଥ ଖବର ପାଇ ପହଞ୍ଚତ୍ଥିଲେ । ସେଠାରେ ତାଙ୍କ ଝିଅ କ୍ଷତାକ୍ତ ଅବସ୍ଥାରେ ମରି ପଡିଥିବା ଦେଖିଥିଲେ।
Posted inHome, ଆମ ଜିଲା ଖବର, ଭଦ୍ରକ View All
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ
ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
Archives

