Posted inଜାତୀୟ

ମହିଳାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ କଲେ ରବର୍ଟ

ନୂଆଦିଲ୍ଲୀ,୩।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା ଦେଶରେ ମହିଳାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଭାରତରେ ଏବେ ବଳାତ୍କାର ସଂଖ୍ୟା ବଢିବାରେ ଲାଗିଛି। ସମସ୍ତ ନାଗରିକଙ୍କୁ ସୁରକ୍ଷା ଦେବା ସରକାରଙ୍କ ଦାୟିତ୍ୱ ହୋଇଥିବା ବେଳେ ଏବେ କିନ୍ତୁ ଏହା ବଢିବା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଯଦି ଜଣେ ମହିଳା ନିଜ ଦେଶରେ, ଘରେ, ରାସ୍ତାରେ, ଦିନରେ ଅବା ରାତିରେ ସୁରକ୍ଷିତ ନୁହେଁ ତେବେ ସେ କେବେ ଓ କେଉଁଠି ସୁରକ୍ଷିତ ମଣିବ ବୋଲି ରବର୍ଟ ପ୍ରଶ୍ନ କରିଛନ୍ତି। ରବର୍ଟଙ୍କ ସ୍ତ୍ରୀ ପ୍ରିୟଙ୍କାଙ୍କ ସୁରକ୍ଷାରେ ତ୍ରୁଟିି ଦେଖାଦେବା ପରେ ସେ ଏହି ପ୍ରଶ୍ନ ଉଠାଇଛନ୍ତି। ସୂଚନାଯୋଗ୍ୟ, ଗାନ୍ଧୀ ପରିବାରୁ ମୋଦି ସରକାର ଏସ୍‌ପିଜି ସୁରକ୍ଷା ହଟାଇବା ପରେ ତାଙ୍କ ସୁରକ୍ଷାରେ ତ୍ରୁଟି ଦେଖାଯାଇଛି। କାରଣ ଗତ ନଭେମ୍ବର ୨୫ରେ ଜଣେ ଅଜଣା ବ୍ୟକ୍ତିଙ୍କ କାର୍‌ ତାଙ୍କ ବାସଭବନ ପରିସରକୁ ଧସେଇ ପଶିଥିଲା। କାର୍‌ରୁ ଜଣେ ଝିଅ ସମେତ ୫ ଜଣ ବାହାରି ପ୍ରିୟଙ୍କାଙ୍କ ବଗିଚାକୁ ଯାଇ ତାଙ୍କ ସହ ସେଲ୍ଫି ନେବାକୁ କହିଥିଲେ ବୋଲି ଏକ ସୂତ୍ରରୁ ଜଣାପଡିଥିଲା। ସେମାନେ ସେଲ୍ଫି ନେବା ପାଇଁ ଉତ୍ତରପ୍ରଦେଶରୁ ଆସିଥିବା କହିଥିଲେ। କୌଣସି ଆଗନ୍ତୁକ ସାକ୍ଷାତ କରିବା ପାଇଁ ଆପଏଣ୍ଟମେଣ୍ଟ ନେଇ ନ ଥିବାରୁ ଏହି ଘଟଣାରେ ପ୍ରିୟଙ୍କା ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?